ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ଏକ ପ୍ରତିନିଧି ଦଳ ବିଶିଷ୍ଠ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ଆଜି ସାକ୍ଷାତ କରିଛନ୍ତି । ଶ୍ରୀ ପଟ୍ଟନାୟକ ଅସୁସ୍ଥ ହୋଇ ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହି ଟିମ୍ ତାଙ୍କର ଆଶୁ ଆରୋଗ୍ୟ କାମନା କରି ମୁଖ୍ୟମନ୍ତ୍ରୀଙ୍କ ଶୁଭେଚ୍ଛା ବାର୍ତ୍ତା  ଜଣାଇବା ସହ ଏକ ଲକ୍ଷ ଟଙ୍କାର ଏକ ଚେକ ଚିକିତ୍ସା ସହାୟତା ନିମନ୍ତେ ପ୍ରଦାନ କରିଛନ୍ତି । ଉକ୍ତ ପ୍ରତିନିଧି ଦଳରେ ଓଡିଆ ଚଳଚ୍ଚିତ୍ର ଉନ୍ନୟନ ନିଗମ ଅଧ୍ୟକ୍ଷ ସତ୍ୟବ୍ରତ ତ୍ରିପାଠୀ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ନିର୍ଦ୍ଦେଶକ ଦିଲୀପ ରାଉତରାଏ, ବିଭାଗୀୟ ଯୁଗ୍ମ ନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ, ଓଡିଶା ସଙ୍ଗୀତ ନାଟକ ଏକାଡେମୀ ସଚିବ ପ୍ରବୋଧ ରଥ ପ୍ରମୁଖ ସାମିଲ ଥିଲେ ।