ବିହାର ମୋତିହାରୀରେ ଚିମିନି ବ୍ଲାଷ୍ଟ, ୯ଜଣଙ୍କ ମୃତ୍ୟୁ

1 min read

ପାଟନା: ବିହାର ମୋତିହାରୀରେ ଚିମିନି ବ୍ଲାଷ୍ଟ । ଭୟଙ୍କର ବିସ୍ଫୋରଣରେ ୯ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଜଣ ଫସି ରହିଥିବା ଆଶଙ୍କା କରାଯାଉଛି । ରାମଗଡବାରେ ଏକ ଇଟା ଭାଟିରେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏଥିରେ ୭ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୬ ଜଣଙ୍କୁ ଅତି ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ରକସେଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ସ୍ଥାନୀୟ ପୋଲିସ ଓ ପ୍ରଶାସନିକ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି । ସ୍ଥାନୀୟ ଲୋକଙ୍କ କହିବା ଅନୁସାରେ ବିସ୍ଫୋରଣ ବେଳେ ପ୍ରଚଣ୍ଡ ଶବ୍ଦ ଶୁଣାଯାଇଥିଲା । ଘଟଣାସ୍ଥଳରେ SDRF ଟିମ୍ ପହଞ୍ଚି ରେସ୍କ୍ୟୁ ଅପରେସନରେ ସାମିଲ ହୋଇଛି ।