ସମ୍ବଲପୁର : କୁଚିଣ୍ଡା ହାଡିପାଲିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା। ଆଜି ଅନୁଧ୍ଯାନ କରିବା ଲାଗି କୁଚିଣ୍ଡା ଯିବ ବିଜେଡି ତଥ୍ଯ ଅନୁସନ୍ଧାନକାରୀ ଟିମ୍। ଦୁଷ୍କର୍ମ ଘଟଣା ନେଇ ପରିବାର ଲୋକ ଆଣିଥିଲେ ସାଙ୍ଘାତିକ ଅଭିଯୋଗ । କୁଚିଣ୍ଡାରୁ ନାବାଳିକା ଝିଅକୁ ଉଠାଇ ନେଇ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ କରିଥିଲେ ପରିବାର ଲେକ। ଏପରିକି ଏ କଥା ଘରେ କହିଲେ ପୂରା ପରିବାରକୁ ମାରି ଦେବାକୁ ଧମକ ଦେଇଥିଲା ଅଭିଯୁକ୍ତ । ଏହା ସହିତ ସେମାନେ ମନ୍ତ୍ରୀଙ୍କ ଅତି ନିଜର ଲୋକ ବୋଲି ମଧ୍ୟ କହି ନାବାଳିକା ଝିଅକୁ ଧମକ ଦେଇଥିବା ପରିବାର ଲୋକ ଅଭିଯୋଗ ଆଣିଥିଲେ। ଘଟଣାରେ ମୁଖ୍ୟ ଅଭିଯୁକ୍ତ ହରିହର ପାଣିକୁ ତୁରନ୍ତ ଗିରଫ କରିବାକୁ ଦାବି କରିଛି ବିଜେଡି।
ମାଡ଼ି ଆସୁଛି ଭୀଷଣ ବାତ୍ୟା ! ୬ ବରିଷ୍ଠ ଆଇଏଏସଙ୍କୁ ବାତ୍ୟା ପରିଚାଳନା ଦାୟିତ୍ୱ
ଭୂବନେଶ୍ୱର : ମାଡି ଆସୁଛି ବାତ୍ୟା ‘ଦାନା’। ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ମଙ୍ଗଳବାର ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଅବପାତରେ ପରିଣତ ହୋଇଛି। ବର୍ତ୍ତମାନ ପାରାଦ୍ୱୀପଠାରୁ ଦକ୍ଷିଣପୂର୍ବ ଦିଗରେ ୭୩୦ କି.ମି. ଦୂରତାରେ କେନ୍ଦ୍ରୀଭୂତ ହୋଇଛି।
ବାତ୍ୟା ମୁକାବିଲା ପାଇଁ ୬ ବରିଷ୍ଠ ଆଇଏଏସଙ୍କୁ ଜିଲ୍ଲା ଦାୟିତ୍ବ ଦେଇଛନ୍ତି ରାଜ୍ଯ ସରକାର । କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ବର ଦାୟିତ୍ବ ମିଳିଥିବାବେଳେ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ, ବଲୱନ୍ତ ସିଂ ପୁରୀ, ବିନୀତ ଭରଦ୍ବାଜଙ୍କୁ ମୟୂରଭଞ୍ଜ, ଯାମିନୀ ଷଡ଼ଙ୍ଗୀଙ୍କୁ ଜଗତସିଂହପୁର, ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡ଼ା ଦାୟିତ୍ବ ମିଳିଛି । ଆସନ୍ତାକାଲି ସକାଳ ସୁଦ୍ଧା ଜିଲ୍ଲାରେ ପହଞ୍ଚିବାକୁ ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।
ଡେଭିଡ ଓ୍ବାର୍ନରଙ୍କ ବଡ଼ ଘୋଷଣା : ଭାରତକୁ ହରାଇବାକୁ କରିପାରନ୍ତି ୟୁଟର୍ନ
ନୂଆଦିଲ୍ଲୀ : ଆଗକୁ ଅଛି ବର୍ଡର-ଗାଭାସ୍କର ଟ୍ରଫି ମହାଲଢେଇ। ଏଥର ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ବର୍ଡର-ଗାଭାସ୍କର ଟ୍ରଫି ପାଇଁ ହେବ କଡ଼ା ଟକ୍କର । ମ୍ୟାଚ୍ ପୂର୍ବରୁ ବଡ଼ ଘୋଷଣା କରିଛନ୍ତି ଅଷ୍ଟ୍ରେଲିଆର ଅବସରରେ ଥିବା ଖେଳାଳି ଡେଭିଡ ଓ୍ବାର୍ନର । ସେ କହିଛନ୍ତି ଭାରତକୁ ହରାଇବା ପାଇଁ ସେ ସନ୍ନ୍ୟାସରୁ ନେଇପାରନ୍ତି ୟୁ-ଟର୍ନ ।
୧୦ ବର୍ଷ ଧରି ପରାଜିତ ହୋଇ ଆସୁଥିବାରୁ ଏହି ସିରିଜରେ ଅଷ୍ଟ୍ରେଲିଆ ଜିତିବା ଲାଗି ଆଶା ବାନ୍ଧିଛି। ଏହାକୁ ନେଇ ପ୍ୟାଟ କମିନ୍ସଙ୍କ ସମେତ ଟିମର ଅନ୍ୟ ଖେଳାଳିମାନେ ପ୍ରସ୍ତୁତି ଆରମ୍ଭ କରିଛନ୍ତି। ଏସବୁ ମଧ୍ୟରେ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଥିବା ଡେଭିଡ ଓ୍ବାର୍ନର ଭାରତକୁ ହରାଇବା ନିମନ୍ତେ ବଡ଼ ଘୋଷଣା କରିଛନ୍ତି। ଯଦି ଭାରତକୁ ହରାଇବା ଲାଗି ତାଙ୍କର ଆବଶ୍ୟକତା ପଡେ ତେବେ ସେ ସନ୍ନ୍ୟାସରୁ ଓହରି ପୁଣି ଖେଳିବାକୁ ପ୍ରସ୍ତୁତ ବୋଲି କହିଛନ୍ତି ।
ଅନ୍ୟପଟେ ଲଗାତାର ୪ ଥର ବର୍ଡର ଗାଭାସ୍କର ଟ୍ରଫିରେ ଅଷ୍ଟ୍ରେଲିଆକୁ ହରାଇଛି ଭାରତ। ଏହି ସମୟରେ ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆକୁ ୨ ଥର ଏବଂ ଆଉ ୨ ଥର ଘରୋଇ ମାଟିରେ ହରାଇଛି। ଏହି ପରାଜୟକୁ ନେଇ ପୁରା ଟିମ୍ ଜୋର ଲଗାଉଛନ୍ତି। ଟେଷ୍ଟ ଟିମ୍ ଅଧିନାୟକ କମିନ୍ସ ଭାରତକୁ ହରାଇବା ଲାଗି କଳ-ବଳ- କୌଶଳ ଆପଣାଇବାକୁ ଚାହୁଁଛନ୍ତି। ଏହାରି ମଧ୍ୟରେ ସେମାନଙ୍କ ଚିନ୍ତା ଦୂର କରିବା ଲାଗି ପୋଡକାଷ୍ଟ ଜରିଆରେ ଓ୍ବାର୍ନର ଏକ ବଡ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି, ଗୋଟିଏ କଲ୍ରେ ସେ ସିରିଜ ଖେଳିବାକୁ ଉପଲବ୍ଧ ହୋଇଯିବେ ।
ନଭେମ୍ବର ୨୨ରେ ଖେଳାଯିବାକୁ ଥିବା ଏହି ସିରିଜ ପୂର୍ବରୁ ଓ୍ବାର୍ନର କହିଛନ୍ତି, ଅଷ୍ଟ୍ରେଲିଆ ଟିମ୍ ଫେବୃଆରୀ ପରେ କେବଳ ଗୋଟିଏ ଟେଷ୍ଟ ଖେଳିଛି। ଅର୍ଥାତ ମୋର ପ୍ରସ୍ତୁତି ତାଙ୍କ ଭଳି ରହିଛି। ଯଦି ବାସ୍ତବରେ ଏହି ସିରିଜ ଲାଗି ମୋର ଆବଶ୍ୟକତା ରହିଛି ତେବେ ମୁଁ ପ୍ରସ୍ତୁତି ଆରମ୍ଭ କରିଦେବି। ଉଚିତ କାରଣ ଯୋଗୁ ସନ୍ନ୍ୟାସ ନେଇଛି। ଏବେ ଏହାକୁ ଶେଷ କରିବାକୁ ଚାହୁଁଛି। ଯଦି ସେମାନଙ୍କୁ କାହାର ଆବଶ୍ୟକତା ଥିବ ତେବେ ମୁଁ ପ୍ରସ୍ତୁତ। ପଛକୁ ହଟିବି ନାହିଁ ବୋଲି ସେ କହିଛନ୍ତି। ତେବେ ସେ ଚଳିତ ବର୍ଷ ଜାନୁଆରୀରେ ପାକିସ୍ତାନ ବିପକ୍ଷରେ ଅନ୍ତିମ ମ୍ୟାଚ୍ ଖେଳି ଅବସର ଘୋଷଣା କରିଥିଲେ।

