ଜଗତସିଂହପୁର: ପାରାଦୀପ ବନ୍ଦରକୁ ୩ନମ୍ବର ବିପଦ ସଂକେତ ଜାରି । ବାତ୍ୟା ୟଶକୁ ନେଇ ପାରାଦ୍ଵୀପ ବନ୍ଦର ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ । ବନ୍ଦରର ବର୍ଥରେ ଲାଗିଥିବା ଜାହାଜ ଓ ଆଙ୍କରେଜ ମଧ୍ୟରେ ଥିବା ଜାହାଜ ଗୁଡିକୁ ଗଭୀର ସମୁଦ୍ର ମଧ୍ୟକୁ ପଠାଇବା ଆରମ୍ଭ ହୋଇଛି । ବାତ୍ୟା ୟଶ ପାରାଦ୍ଵୀପରୁ ସାଗର ଦ୍ୱୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ଥିବାରୁ , ଅଧିକ ଯୋରରେ ପବନ ସହିତ ଉଚ୍ଚ ସାମୁଦ୍ରିକ ଢେ଼ଉ ଉଠିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ବନ୍ଦରର ଆଙ୍କରେଜ ଓ ବର୍ଥ ମଧ୍ୟରେ ଜାହାଜ ଗୁଡିକ ରହିଲେ ବନ୍ଦର ଓ ଜାହାଜର କ୍ଷତି ଘଟିବାର ସମ୍ଭାବନା ରହିଛି । ଯାହାକୁ ଦୃଷ୍ଟିରେ ରଖି ପାରାଦ୍ଵୀପ ବନ୍ଦର ଆଗୁଆ ପଦକ୍ଷେପ ସହିତ ଜାହାଜ ଗୁଡିକୁ ଗଭୀର ସମୁଦ୍ରର ସୁରକ୍ଷିତ ସ୍ଥାନକୁ ପଠାଇ ଦିଆଯାଉଛି ।
ସବୁଠାରୁ ଆଶ୍ଚର୍ଯ୍ୟଜନକ କଥା ହେଉଛି ଏହି ମହୁମାଛିମାନେ ଆଞ୍ଜେଲିନାଙ୍କ ଶରୀର ଉପରେ ୧୮ ମିନିଟ୍ ପର୍ଯ୍ୟନ୍ତ ଅଟକି ରହିଥିଲେ । ଏହି ସମୟରେ ଅଭିନେତ୍ରୀ ସ୍ଥିର ରହି ମୁଣ୍ଡ ଉପରକୁ ଓ ତଳକୁ କରୁଥିବା ଦେଖାଯାଇଛି । ମହୁମାଛି ପାଳକ ଏବଂ ଫଟୋଗ୍ରାଫରମାନେ କହିଛନ୍ତି ଯେ ମହୁମାଛିଙ୍କୁ ଶାନ୍ତ କରିବା ଏବଂ ଆଞ୍ଜେଲିନାଙ୍କ ଶରୀରରକୁ ନକାମୁଡିବା ପାଇଁ ଏକ ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରାଯାଇଥିଲା। ଏହି ସୁଟ୍ ଅତି ସାବଧାନର ସହିତ ସମାପ୍ତ ହୋଇଥିଲା ।



