ଭୁବନେଶ୍ୱର: ଆରମ୍ଭ ହୋଇଛି ନିର୍ମାଣ ଶ୍ରମିକ ସେବା ସପ୍ତାହ-୨୦୨୦ । ସ୍ୱାଧୀନତା ସଂଗ୍ରାମୀ ପଡ଼ିଆରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଘାଟନ କରିଛନ୍ତି । ଏହି ଅବସରରେ ମୃତ ଶ୍ରମିକଙ୍କ ପରିବାର, ନିର୍ମାଣ ଶ୍ରମିକଙ୍କ ମେଧାବୀ ପିଲା, ପ୍ରସୂତିକାଳୀନ ସହାୟତା ଏବଂ ଝିଅ ବିବାହ ପାଇଁ ମୁଖ୍ୟମନ୍ତ୍ରୀ ଆର୍ଥିକ ସହାୟତା ପ୍ରଦାନ କରିଥିଲେ । ମୁଖ୍ୟମନ୍ତ୍ରୀ କହିଛନ୍ତି, ନିର୍ମାଣ ଶ୍ରମିକଙ୍କ କଲ୍ୟାଣ ପାଇଁ କାମ କରିବାରେ ଓଡ଼ିଶା ଏକ ଅଗ୍ରଣୀ ରାଜ୍ୟ । ନିର୍ମାଣ ଶ୍ରମିକଙ୍କୁ ହକ୍ ଦେବା ପାଇଁ ରାଜ୍ୟ ସରକାର ସର୍ବଦା ଚେଷ୍ଟିତ ।
କାର୍ଯ୍ୟକ୍ରମରେ ଶ୍ରମମନ୍ତ୍ରୀ ସୁଶାନ୍ତ ସିଂହ, ଅତିରିକ୍ତ ମୁଖ୍ୟ ଶାସନ ସଚିବ ମୋନା ଶର୍ମା, ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ସୁବାସ ସିଂହ ପ୍ରମୁଖ ଉପସ୍ଥିତ ଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରୁ ଶହ ଶହ ଶ୍ରମିକ ସମାରୋହରେ ସାମିଲ ହୋଇଥିଲେ । ଓଡ଼ିଶା କୋଠାବାଡ଼ି ଓ ଅନ୍ୟାନ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମ ଆସନ୍ତା ୮ ତାରିଖରେ ଉଦ୍ଯାପିତ ହେବ ।
ରାଜ୍ୟରେ ନିର୍ମାଣ ଶ୍ରମିକ କଲ୍ୟାଣ ବୋର୍ଡ ଜରିଆରେ ୨୯ ଲକ୍ଷରୁ ଅଧିକ ନିର୍ମାଣ ଶ୍ରମିକ ପଞ୍ଜିକୃତ ହୋଇଥିବା ବେଳେ ୧ ହଜାର ୫୧୮ କୋଟି ଟଙ୍କାର ସହାୟତା ଯୋଗାଇ ଦିଆଯାଇଛି । ସରକାରଙ୍କ ଉଦ୍ୟମରେ ୨୨ ହଜାର ନିର୍ମାଣ ଶ୍ରମିକ ପକ୍କାଘର ପାଇଛନ୍ତି । ସେହିପରି ଅନ୍ୟ ରାଜ୍ୟରେ କାମ କରୁଥିବା ଓଡ଼ିଆ ଶ୍ରମିକଙ୍କ ପାଇଁ ୫ ଶହ କୋଟି ଟଙ୍କାର କର୍ପସ ଫଣ୍ଡ ଗଠନ କରାଯାଇଛି । ଏମଜିଏନଆରଇଜିଏରେ ଅତିରିକ୍ତ ଶ୍ରମ ଦିବସ ସୃଷ୍ଟି କରାଯାଇଛି ।


୪ ଦୋଷୀଙ୍କୁ ଆସନ୍ତାକାଲି ଫାଶୀ ଦେବା ପାଇଁ ଡେଥ ୱାରେଣ୍ଟ ଜାରି ହୋଇଛି । ତେବେ ଫାଶୀରୁ ବର୍ତ୍ତିବା ପାଇଁ ଦୋଷୀ ନୂଆ ନୂଆ ବାଟ ଆପଣାଉଥିବାରୁ ଫାଶୀକୁ ନେଇ ଅନିଶ୍ଚିତତା ଲାଗି ରହିଛି । ସେହିପରି ଦୋଷୀ ଅକ୍ଷୟ ଠାକୁର ଗତ ଶନିବାର ରାଷ୍ଟ୍ରପତିଙ୍କ ନିକଟରେ ପୁଣି ଥରେ ରାଜକ୍ଷମା ଆବେଦନ କରିଛି ।
ପୂର୍ବରୁ ଅକ୍ଷୟର ରାଜକ୍ଷମା ଆବେଦନ ଖାରଜ ହୋଇସାରିଥିଲେ ମଧ୍ୟ ସେତେବେଳେ କାଗଜପତ୍ର ଠିକ୍ ନଥିବା ଦର୍ଶାଇ ସେ ପୁନର୍ବାର ଆବେଦନ କରିଛି । ଏବେ ପୱନ ପାଖରେ ଦୟା ଆବେଦନର ବିକଳ୍ପ ରହିଛି ।



ପୋଲିସ କଣ୍ଟେନରକୁ ଜବତ କରିବା ସହ ଡ୍ରାଇଭର ଓ ହେଲପରକୁ ଅଟକ ରଖି ପଚରାଉଚରା କରୁଛି । ମିଳିଥିବା ସୂଚନା ଅନୁଯାୟୀ କଣ୍ଟେନରକୁ ହାଇଦ୍ରାବାଦରୁ ମାଲକାନଗିରି ଅଭିମୁଖେ ଯାଉଥିଲେ ।


ଦିଲ୍ଲୀ ପ୍ରସଙ୍ଗରେ ସବୁ ବିରୋଧୀ ଦଳ ଏକଜୁଟ ହେବେ ବୋଲି କଂଗ୍ରେସ କହିଛି । ଏଥିସହ ସିଏଏ, ଏନଆରସି ଓ ଦରବୃଦ୍ଧି ପ୍ରସଙ୍ଗରେ ମଧ୍ୟ ମୋଦୀ ସରକାରଙ୍କୁ ଘେରିବାକୁ ଯୋଜନା କରିଛନ୍ତି ବିରୋଧୀ । ଆସନ୍ତା ଏପ୍ରିଲ ୩ ତାରିଖ ପର୍ଯ୍ୟନ୍ତ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଚାଲିବ ।