କାହାର ହେବ ବ୍ରଜରାଜନଗର, ପୋଷ୍ଟାଲ ବାଲଟ ଗଣତି ପରେ ଚାଲିଛି ଇଭିଏମ୍ କାଉଣ୍ଟିଂ

ବ୍ରଜରାଜନଗର: କିଏ ଜିତିଛି ବ୍ରଜରାଜନଗରବାସୀଙ୍କ ଦିଲ୍ । କାହାକୁ ବିଧାୟକ ରୂପେ ବାଛିଛନ୍ତି ଜନତା । ବ୍ରଜରାଜନଗର ଉପନିର୍ବାଚନ ଭୋଟ ଗଣତି ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲଟ ଗଣତି ପରେ ଏବେ ଚାଲିଛି ଇଭିଏମ କାଉଣ୍ଟିଂ । ମୋଟ ୧୪ଟି ଟେବୁଲରେ ଗଣତି ହେଉଛି । ୨୭୯ ବୁଥର ଭୋଟ୍ ୨୦ ରାଉଣ୍ଡରେ କାଉଣ୍ଟିଂ ହେଉଛି । ପ୍ରତି ଟେବୁଲରେ ଅଛନ୍ତି ୪ ଜଣ କାଉଣ୍ଟିଂ ଅଫିସର । ପ୍ରତି ରାଉଣ୍ଡର ଫଳାଫଳ ମାଇକ ଯୋଗେ ଘୋଷଣା କରାଯିବ ।

ଭୋଟ ଗଣତି ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ଗଣତି କେନ୍ଦ୍ରରେ କେନ୍ଦ୍ରୀୟ ଅର୍ଦ୍ଧ ସୁରକ୍ଷା ବଳ, ସଶସ୍ତ୍ର ପୋଲିସ ବାହିନୀ ସହ ଓଡ଼ିଶା ପୋଲିସର ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ବ୍ୟବସ୍ଥା ପାଇଁ ଗୋଟିଏ ପ୍ଲାଟୁନ ସିଆରପିଏଫ ବ୍ୟତୀତ ଓଡିଶା ପୋଲିସର ପାଞ୍ଚ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ହୋଇଛନ୍ତି । ୨ ଜଣ ଅତିରିକ୍ତ ଏସପି, ୪ ଜଣ ଡିଏସପି ଏବଂ ୫ ଜଣ ଇନସପେକ୍ଟର ସୁରକ୍ଷା ଦାୟିତ୍ବରେ ରହିଛନ୍ତି ।