ଯାତ୍ରୀବାହୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା

1 min read

ନନ୍ଦିଘୋଷ ବ୍ୟୁରୋ: ବୌଦ୍ଧ-ଫୁଲବାଣୀ ଗେଟାମୁଣ୍ଡା ଘାଟିରେ ଦୁର୍ଘଟଣା। ଯାତ୍ରୀବାହୀ ବସ ଓ ଟ୍ରକ ମୁହାଁମୁହିଁ ଧକ୍କା। ଦୁର୍ଘଟଣାରେ ୨୩ ଜଣ ଯାତ୍ରୀ ଗୁରୁତର ଥିବା ବେଳେ, ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି। ଗୁରୁତରଙ୍କୁ ପୁରୁଣାକଟକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଖମ୍ବେଶ୍ୱରୀ ନାମକ ଯାତ୍ରୀବାହୀ ବସଟି ବୌଦ୍ଧରୁ ବାଲିଗୁଡା ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ପ୍ରଥମେ ସ୍ଥାନୀୟ ଲୋକେ ଘଟଣାସ୍ଥଳରେ ପହଞ୍ଚି ଆହତ ଲୋକଙ୍କୁ ଉଦ୍ଧାର କରିଥିଲେ । ପରେ ପୋଲିସ ଏବଂ ଅଗ୍ନିଶମ କର୍ମଚାରୀଙ୍କୁ ଖବର ଦେଇଥିଲେ ।