ଚାନ୍ଦବାଲି ନାବାଳିକା ଦୁଷ୍କର୍ମ ଓ ହତ୍ୟା ଘଟଣା; ଆସନ୍ତାକାଲି ବିଜେଡି ଓ କଂଗ୍ରେସର ଚାନ୍ଦବାଲି ବନ୍ଦ ଡାକରା
ନନ୍ଦିଘୋଷ ବ୍ୟୁରୋ: ନାବାଳିକାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଘଟଣାକୁ ନେଇ ଭଦ୍ରକ ଜିଲ୍ଲା ଚାନ୍ଦବାଲି ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି । ଏମିତି ଘଟଣାକୁ ବିରୋଧ କରି ଆସନ୍ତାକାଲି ଚାନ୍ଦବାଲି ବନ୍ଦ ଡାକରା ଦେଇଛନ୍ତି ଉଭୟ ବିଜେଡି ଓ କଂଗ୍ରେସ । ଚାନ୍ଦବାଲି ବିଧାୟକ ବ୍ୟାମକେଶ ରାୟ ଘଟଣାକୁ ନିନ୍ଦା କରିବା ସହ ଦୋଷୀକୁ କଠୋର ଦଣ୍ଡ ଦେବାକୁ ଦାବି କରିଛନ୍ତି । ଆସନ୍ତାକାଲି ସକାଳ ୬ ଟାରୁ ମଧ୍ୟାହ୍ନ ୧୨ଟା ଯାଏଁ ଚାନ୍ଦବାଲି ବନ୍ଦ ଡାକରା ଦେଇଛି ବିଜେଡି ।
ସେହିପରି କଂଗ୍ରେସର ବରିଷ୍ଠ ନେତା ଦିଗମ୍ବର ଦାସ ଘଟଣାକୁ ନିନ୍ଦା କରିବା ସହ ପୋଲିସ ପ୍ରଶାସନ ଓ ବିଜେପି ସରକାରଙ୍କୁ ଦାୟୀ କରିଛି । ପୀଡିତା ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ସହ ନ୍ୟାୟ ଦାବି କରିଛନ୍ତି । ଏହାସହ ଆସନ୍ତାକାଲି ସକାଳ ୬ରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କଂଗ୍ରେସ ପକ୍ଷରୁ ଚାନ୍ଦବାଲି ବନ୍ଦ ଡାକରା ଦିଆଯାଇଛି ।
ସେହିପରି ଘଟଣାରେ ଜିଲ୍ଲା ପ୍ରଶାସନ ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି ଭଦ୍ରକ ପୌରାଧ୍ୟକ୍ଷା ଗୁଲମୁଖୀ ହବିବ । ଗତ ୧୮ ମାସ ଭିତରେ ରାଜ୍ୟରେ ନାରୀ ନିର୍ଯାତନା ବଢି ଚାଲିଥିବା ବେଳେ ରାଜ୍ୟ ସରକାର ଏଥିରେ ଅଙ୍କୁଶ ଲଗାଇବାରେ ଫେଲ ମାରିଛନ୍ତି ବୋଲି ସେ କହିଛନ୍ତି ।

