ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, କଳାହାଣ୍ଡି ଦେଖିଲା ବିକାଶର ନୂଆ ସୂର୍ଯ୍ୟୋଦୟ

1 min read

କଳାହାଣ୍ଡି: ପ୍ରତିଷ୍ଠା ଦିବସରେ କଳାହାଣ୍ଡି ଜିଲ୍ଲାବାସୀ ଦେଖିଲେ ବିକାଶର ନୂଆ ସୂର୍ଯ୍ୟୋଦୟ । କଳାହାଣ୍ଡି ଯାଇ ରୂପାନ୍ତରଣ ପ୍ରକ୍ରିୟାକୁ ଆଗେଇ ନେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାବାସୀଙ୍କୁ ୧୨୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେଇଛନ୍ତି ନବୀନ । କଳାହାଣ୍ଡିରେ ନବନିର୍ମିତ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ । ପାଠପଢ଼ା ସହିତ ସୁବିଧା ସୁଯୋଗ ସମ୍ପର୍କରେ ପଚାରି ବୁଝିଛନ୍ତି ମୁଖ୍ରମନ୍ତ୍ରୀ । ଦୀର୍ଘ ଦୁଇ ଦଶନ୍ଧି ଧରି ଜିଲ୍ଲାବାସୀଙ୍କ ମେଡିକାଲ କଲେଜ ଆଶା ପୂରଣ ହୋଇଛି । ୪୮୧ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣ ହୋଇଛି ଭବାନୀପାଟଣା ମେଡିକାଲ କଲେଜ ଓ ହସ୍ପିଟାଲ । ୧୦୦ ସିଟରେ ନାମଲେଖା ପାଇଁ NMC ଠାରୁ ଅନୁମତି ଦେଇଛି । ଏହି ମେଡିକାଲ କଲେଜ ଓ ହସ୍ପିଟାଲଟିର ନାମ କଳାହାଣ୍ଡି ଜିଲ୍ଲାର ମହାନ ସ୍ଵାଧୀନତା ସଂଗ୍ରାମୀ ସହିଦ ରେଣ୍ଡୋ ମାଝୀ ମେଡିକାଲ କଲେଜ ଓ ହସ୍ପିଟାଲ ରଖାଯାଇଛି ।