spot_img

Latest Posts

BSKY ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଓଡ଼ିଶାରେ ଆରମ୍ଭ ହେଲା ବିଏସକେୱାଇ ନବୀନ କାର୍ଡ। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି କାର୍ଡ ଜରିଆରେ ରାଜ୍ୟର ୯୦ ପ୍ରତିଶତ ଲୋକ ଉପକୃତ ହେବେ । ଅର୍ଥାଭାବରୁ ଯେପରି କେହି ଉତ୍ତମ ଚିକିତ୍ସାରୁ ବଞ୍ଚିତ ନହେବେ ସେଥିଲାଗି ଏହି ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।

ଏହି ପର୍ଯ୍ୟାୟରେ BSKYରୁ ବଞ୍ଚିତ ହୋଇଥିବା ଗ୍ରାମାଞ୍ଚଳର ଲୋକଙ୍କୁ ଜଟିଳ ରୋଗ ପାଇଁ ଘରୋଇ ହସ୍ପିଟାଲ ଗୁଡିକରେ କ୍ୟାସଲେସ୍ ସୁବିଧା ଯୋଗାଇ ଦିଆଯିବ। ଏହି ପର୍ଯ୍ୟାୟରେ କେବଳ ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି, ସେମାନେ ଏହି ନୂଆ ଯୋଜନାରେ ସାମିଲ ହେବେ। ଏହି ତୃତୀୟ ପର୍ଯ୍ୟାୟ ସଂପ୍ରସାରଣରେ ରାଜ୍ୟର ୧ କୋଟି ୧୦ ଲକ୍ଷରୁ ଅଧିକ ପରିବାର । ରାଜ୍ୟ ଲୋକସଂଖ୍ୟାର ପ୍ରାୟ ୯୦ ପ୍ରତିଶତ ଏହି ସୁବିଧା ପାଇବେ ।

ସେମାନେ ସମସ୍ତେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ନବୀନ କାର୍ଡ ଜରିଆରେ ଉତ୍ତମ ଚିକିତ୍ସା ସୁବିଧା ପାଇବେ। ସେମାନେ ନୂଆ BSKY-ନବୀନ କାର୍ଡ ପାଇବେ। ସେମାନେ ମଧ୍ୟ ଉଭୟ ରାଜ୍ୟ ଭିତରେ ଓ ବାହାରେ ସବୁ ପଞ୍ଜିକୃତ ଘରୋଇ ହସ୍ପିଟାଲ ଗୁଡିକରେ ନିର୍ଦ୍ଧାରିତ ଜଟିଳ ରୋଗ ଗୁଡିକର ଚିକିତ୍ସା ସୁବିଧା ପାଇବେ। ସାର୍ବଜନୀନ ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସାରା ଦେଶରେ ଏହା ଏକ ଅନନ୍ୟ ଉଦାହରଣ । ଓଡିଶାର ଲୋକଙ୍କ ପାଇଁ ଏହା ଏକ ସୁନିଶ୍ଚିତ ସ୍ବାସ୍ଥ୍ୟସେବା ବ୍ୟବସ୍ଥା । ଯେଉଁଥିରେ ସରକାରୀ ଓ ଘରୋଇ ଉଭୟ କ୍ଷେତ୍ରର ଉତ୍ତମ ସୁବିଧା ପ୍ରଦାନ କରାଯାଉଛି।

Latest Posts

Don't Miss