spot_img

Latest Posts

ବାରିପଦାରେ ନୂଆ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ବାରିପଦା: ଆଜି ଅପରାହ୍ନରେ ବାରିପଦାର ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ନୂତନ ଅକ୍ସିଜେନ ପ୍ଲାଣ୍ଟର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଅକ୍ସିଜେନ ପ୍ଲାଣ୍ଟ ଶିଳାନ୍ୟାସ ହେବା ଫଳରେ ମୟୂରଭଞ୍ଜ ଜିଲ୍ଲା ସହ ଅନ୍ୟ ଜିଲ୍ଲାର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ରୋଗୀମାନେ ଆବଶ୍ୟକ ମୁତାବକ ଅକ୍ସିଜେନ ପାଇପାରିବେ। ଏଠାରେ ଦୁଇ ପ୍ରକାର ଅକ୍ସିଜେନ ସୁବିଧା ମିଳିପାରିବ।

ଆଜି ଅପରାହ୍ନ ୫ଟା ୩୦ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାର ଶିଳାନ୍ୟାସ କରିବେ। ସେହିଭଳି ଆଜି ସନ୍ଧ୍ୟା ସାଢେ ପାଞ୍ଚଟା ସମୟରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିସି ମାଧ୍ୟମରେ ସୁନ୍ଦରଗଡ଼ ଜିଲ୍ଲାର ଏହିସଵୁ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି। ସୁନ୍ଦରଗଡ଼ ହସ୍ପିଟାଲ ନିକଟରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

Latest Posts

Don't Miss