ପରିତ୍ୟକ୍ତ ବୋରଓ୍ବେଲ ଭିତରେ ପଡ଼ିଛି ନବଜାତକ ଶିଶୁ

ସମ୍ବଲପୁର: ପରିତ୍ୟକ୍ତ ବୋରଓ୍ବେଲ ଭିତରେ ପଡ଼ିଛି ନବଜାତ ଶିଶୁ । ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକର ଲରିପାଲି ଜଙ୍ଗଲ ଭିତରେ ଥିବା ଏକ ପରିତ୍ୟକ୍ତ ବୋରଓ୍ବେଲ ଭିତରେ ନବଜାତ ଶିଶୁ ପଡ଼ିଥିବା ଜଣାପଡ଼ିଛି । ଜଙ୍ଗଲ ରାସ୍ତା ଦେଇ ଯାଉଥିବା କିଛି ଲୋକ ପ୍ରଥମେ କଅଁଳଶିଶୁର କାନ୍ଦିବା ଶୁଣି ବୋରଓ୍ବେଲ ପାଖକୁ ଯାଇଥିଲେ, ବୋରଓ୍ବେଲ ଭିତରୁ ନବଜାତ ଶିଶୁର କାନ୍ଦିବା ଶବ୍ଦ ଶୁଣି ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ପୋଲିସ ଦମକଳବାହିନୀ ଓ ବ୍ଲକ ପ୍ରଶାସନ ପହଞ୍ଚି ଉଦ୍ଧାର କାର୍ଯ୍ୟରେ ଲାଗିଛନ୍ତି । କେହି ଜାଣିଶୁଣି ନବଜାତ ଶିଶୁଟିକୁ ବୋରଓ୍ବେଲ ଭିତରେ ଫିଙ୍ଗି ଦେଇଥିବା ଅନୁମାନ କରାଯାଉଛି । ତେବେ କିଏ ଏବଂ କାହିଁକି ଫୋପାଡ଼ିଛି ତାହା ଏବେ ଚର୍ଚ୍ଚାର ବିଷୟ ପାଲଟିଛି ।

ସେପଟେ ନବଜାତକର କାନ୍ଦ ଶୁଭିବା ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା । ସ୍ଥାନୀୟ ଲୋକେ ପୋଲିସ ଏବଂ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ । ଲୋକଙ୍କ ଗହଳି ଘଟଣାସ୍ଥଳରେ ଲାଗିଥିବାବେଳେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଛୁଆର କାନ୍ଦ ଜୋରରେ ଶୁଭୁଥିବାବେଳେ ଶୀଘ୍ର ଉଦ୍ଧାର ହେବେ ସେ ନେଇ ଚାଲିଛି କାର୍ଯ୍ୟ ।