ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

1 min read
CM Announces State Journalists as Frontline Covid Warriors

ଭୁବନେଶ୍ୱର: ସାମ୍ବାଦିକ ସମ୍ମୁଖ କରୋନା ଯୋଦ୍ଧା । ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାମ୍ବାଦିକଙ୍କୁ ସମ୍ମୁଖ କରୋନା ଯୋଦ୍ଧା ଘୋଷଣା କରିଛନ୍ତି । ଏହାଦ୍ୱାରା ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଉପକୃତ ହେବେ ।

ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟକାରୀ କରିବା ସହ କହିଛନ୍ତି- ସାମ୍ବାଦିକମାନେ ନିରବଚ୍ଛିନ୍ନ ଭାବେ ଖବର ପ୍ରସାରଣ କରି ଲୋକଙ୍କୁ ସଚେତନ କରୁଛନ୍ତି । ମହାମାରୀ କୋଭିଡ୍ ସମୟରେ ଲୋକଙ୍କ ନିକଟରେ ପ୍ରତିଟି ଖବର ସମୟରେ ପହଞ୍ଚାଉଛନ୍ତି ସାମ୍ବାଦିକ । କୋଭିଡ୍ ବିରୋଧୀ ଯୁଦ୍ଧରେ ସାମ୍ବାଦିକ ସାହାଯ୍ୟ କରୁଛନ୍ତି ।

 CM Announces State Journalists as Frontline Covid Warriors

ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରାଜ୍ୟର ୬ ହଜାର ୯୪୪ ଜଣ କାର୍ଯ୍ୟରତ ସାମ୍ବାଦିକ ଏହାର ଲାଭ ପାଇବେ । ଏହି ଯୋଜନାରେ ସାମ୍ବାଦିକଙ୍କୁ ୨ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟବୀମା ଯୋଗାଇ ଦିଆଯାଉଛି ।

କୋଭିଡ୍ ସମୟରେ କାର୍ଯ୍ୟରତ କୌଣସି ସାମ୍ବାଦିକଙ୍କ ମୃତ୍ୟୁ ହେଲେ ତାଙ୍କ ନିକଟ ସମ୍ପର୍କୀୟଙ୍କୁ ୧୫ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ମିଳିବ ବୋଲି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ମଙ୍ଗରାଜ ସ୍ୱାଗତ କରିଛନ୍ତି । ଏହା ସାମ୍ବାଦିକମାନଙ୍କୁ ବିଶେଷ ଭାବେ ସହାୟକ ହେବ । ସାମ୍ବାଦିକମାନଙ୍କ ପ୍ରତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତା ଓ ଦୃଢ଼ ସହଯୋଗ ଥିବା ଟ୍ୱିଟ୍ କରିଛନ୍ତି ମାନସ ମଙ୍ଗରାଜ । ମୁଖ୍ୟମନ୍ତ୍ରୀଙ୍କ ଏହି ଘୋଷଣାକୁ ରାଜ୍ୟର ସାମ୍ବାଦିକମାନେ ସ୍ୱାଗତ କରିଛନ୍ତି ।

Leave a Reply