ନିୟମିତ ମାସ୍କ ପିନ୍ଧିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

1 min read
CM Naveen Patnaik Appeals To Public Always Wear Mask

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ି ଚାଲିଛି । ସଚେତନ ଓ ସତର୍କତା ମାଧ୍ୟମରେ କରୋନା ସଂକ୍ରମଣରୁ ବର୍ତ୍ତି ହେବ ବୋଲି କୁହାଯାଉଛି । ମୁଖ୍ୟମନ୍ତ୍ରୀ ନିୟମିତ ମାସ୍କ ବ୍ୟବହାର କରିବାକୁ ଲୋକମାନଙ୍କୁ ନିବେଦନ କରୁଛନ୍ତି । ମାସ୍କ ହିଁ ସମସ୍ତଙ୍କର ଜୀବନ ରକ୍ଷାକାରୀ କବଚ । ଏଥିରେ ସାମାନ୍ୟ ଅବହେଳା ଆମକୁ ସଂକଟରେ ପକାଇବା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ସଚେତନ ହେବା ସହ ନିଜକୁ ତଥା ପରିବାରକୁ ସୁରକ୍ଷିତ ରଖି ହେବ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ୍ କରିଛନ୍ତି । ମୁହଁରୁ ମାସ୍କ ଖସିବା ଅର୍ଥ କରୋନାକୁ ଆମନ୍ତ୍ରଣ କରିବା । ବାରମ୍ବାର ହାତ ଧୋଇବା, ମାସ୍କ ପିନ୍ଧିବା ସହ ଅତିକମରେ ୨ ମିଟର ଦୂରତା ରକ୍ଷା କରିବାକୁ ମୁଖ୍ୟମନ୍ତ୍ରୀ ଜନସାଧାରଣଙ୍କୁ ନିବେଦନ କରିଛନ୍ତି ।

ବଢ଼ୁଥିବା ସଂକ୍ରମଣ ମାମଲାକୁ ଦେଖି ରାଜ୍ୟର ସମସ୍ତ ସହରାଞ୍ଚଳରେ ଶନିବାର ଠାରୁ ରାତ୍ରୀକାଳୀନ କର୍ଫ୍ୟୁ ଲାଗୁ ହୋଇଛି । କୋଦାନବଜାର, ହାଟ ଯିବାବେଳେ ସମସ୍ତେ ମାସ୍କ ପିନ୍ଧିବାକୁ ସରକାର ନିବେଦନ କରିଛନ୍ତି । ହାଟରେ ପ୍ରତି ଦୋକାନ ମଧ୍ୟରେ ଦୂରତା ରଖା ଉପରେ ଗୁରୁତ୍ୱ ଦିଆଯାଉଛି ।

Leave a Reply