ଏକ୍‌ମୋ ୟୁନିଟର ଉଦ୍‌ଘାଟନ ନେଇ କଟକରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ

1 min read

କଟକ: ଏସ୍‌ସିବିରେ ଉଦ୍‌ଘାଟିତ ହେବ ପୂର୍ବ ଭାରତର ସବୁଠାରୁ ବଡ଼ ସରକାରୀ ଏକମୋ ୟୁନିଟ୍ । ଏ ନେଇ ଆଜି କଟକରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବୋସ ଅସ୍ଥାୟୀ ହ୍ୟାଲିପେଡ୍‌ରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ଏସ୍‌ସିବି ଅଭିମୁଖେ ବାହାରିଛି ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ ।

https://www.youtube.com/watch?v=0astGvgfGLo

ଆଜିର ଏହି ଉଦ୍‌ଘାଟନ ପରେ ସ୍ୱାସ୍ଥ୍ୟ ସେବାରେ ଯୋଡ଼ି ହେବ ନୂଆ ଅଧ୍ୟାୟ ।  ଆଉ ବ୍ୟୟବହୁଳ ହେବନି ଏକମୋ ଚିକିତ୍ସା । ବିନା ମୂଲ୍ୟରେ ଗୁରୁତର ରୋଗୀଙ୍କୁ ମିଳିବ ସୁବିଧା । ଆଜିଠୁ ମାଗଣାରେ ମିଳିବ ଏକମୋ ଚିକିତ୍ସା । ୯ଟି ଏକମୋ ମେସିନ ପ୍ରସ୍ତୁତ ହୋଇଛି । ସେଥିରୁ ୬ଟି ମେସିନ୍ କରୋନାରୁ ସୁସ୍ଥ ହେବା ପରେ ଗୁରୁତର ରୋଗୀଙ୍କ ପାଇଁ ଓ ଅନ୍ୟ ୩ଟି ସଂକ୍ରମିତଙ୍କ ପାଇଁ ବ୍ୟବହାର କରାଯିବ । ଦୁଇଟି ପର୍ଯ୍ୟାୟରେ ୧୯ଜଣ ଡାକ୍ତର ଓ କର୍ମଚାରୀଙ୍କୁ ଏଥିପାଇଁ ଦିଆଯାଇଛି ତାଲିମ । ପୂର୍ବରୁ ଏକମୋ ଚିକିତ୍ସା ପାଇଁ ରୋଗୀମାନଙ୍କୁ ଏୟାର ଆମ୍ବୁଲାନ୍ସରେ ରାଜ୍ୟ ବାହାରକୁ ଯିବାକୁ ପଡୁଥିଲା । ମୁଖ୍ୟମନ୍ତ୍ରୀଙ୍କ ପ୍ରଚେଷ୍ଟାରୁ ଏବେ କଟକରେ ବିନାମୂଲ୍ୟରେ ଗୁରୁତର ରୋଗୀଙ୍କୁ ଏହି ଚିକିତ୍ସା ମିଳିପାରିବ ।

Leave a Reply