କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ଓ ଅନ୍ୟ ବିଶିଷ୍ଟ ବ୍ୟକ୍ତି ବିଶେଷ

1 min read

ଭୁବନେଶ୍ୱର: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ୱିଟ୍ ମାଧ୍ୟମରେ ଅଜିତ ମଙ୍ଗରାଜଙ୍କ ଅକାଳ ବିୟୋଗ ନେଇ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି । ଏବଂ ଅଜିତଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଯୋଗ୍ୟ ଯେ, ଗତ କିଛି ଦିନ ତଳେ ଅଜିତ ମଙ୍ଗରାଜ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହା ପରେ ସେ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ଏହି ସମୟରେ ମୁଖ୍ୟମନ୍ତ୍ରୀ ଅଜିିତଙ୍କ ବଡ଼ ଭାଇ ସହ ଫୋନ୍ ଯୋଗେ କଥା ହେବା ସହ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଶୋକବ୍ୟକ୍ତ କରିଛନ୍ତି ।

ଅପରପକ୍ଷରେ ଅଜିତ ମଙ୍ଗରାଜଙ୍କ ଦେହାନ୍ତ ନେଇ ଶୋକବ୍ୟକ୍ତ କରିଛନ୍ତି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ତଥା ବିଜେଡି ସାଧାରଣ ସମ୍ପାଦକ (ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ । ଟ୍ୱିଟ୍ ମାଧ୍ୟମରେ ମାନସ ମଙ୍ଗରାଜଙ୍କ ଦେହାନ୍ତ ନେଇ ଦୁଃଖ ପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି ।

ଏଥିସହିତ ପଢ଼ନ୍ତୁ: କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ପରଲୋକ

Leave a Reply