ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ

ସମ୍ବଲପୁର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମାରାଥନ କାର୍ଯ୍ଯକ୍ରମ । ସମ୍ବଲପୁର, ଅନୁଗୁଳ ଓ ଢେଙ୍କାନାଳ ରେ ଦଳୀୟ ପ୍ରାର୍ଥୀଙ୍କ ପାଇଁ କରିବେ ପ୍ରଚାର । ପ୍ରଥମେ ସମ୍ୱଲପୁରରେ ପହଞ୍ଚି ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ନବୀନ । ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଚୂଡାନ୍ତ ହୋଇଛି । ସକାଳ ୧୦ ଟା ୪୫ ମିନିଟ ସମୟରେ ମୁଖ୍ୟମନ୍ତ୍ରୀ ସ୍ଵତନ୍ତ୍ର ହେଲିକେପ୍ଟର ଯୋଗେ ଜମାଦାରପାଲି ଏୟାରଷ୍ଟ୍ରିପରେ ପହଞ୍ଚିବେ ।

ସେଠାରୁ ପୁଣି ସମ୍ବଲପୁର ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ପହଞ୍ଚିବେ । ରିଜର୍ଭ ପୋଲିସ ଗ୍ରାଉଣ୍ଡରୁ ଅଇଁଠାପାଲି ପିଏଚଡି ପଡିଆକୁ ଯିବେ । ୧୧ ଟା ୩୦ ମିନିଟ ସମୟରେ ପିଏଚଡି ପଡ଼ିଆରେ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଅଇଁଠାପାଲିରୁ ନାକଟିଦେଉଳ ଏବଂ ରେଢ଼ାଖୋଲ ଯିବାର କାର୍ଯ୍ୟକ୍ରମ ରହିଛି । ସମ୍ବଲପୁର ପରେ ୩ଟା ୩୦ରେ ଅନୁଗୁଳ ଅନୁଗୁଳ ଷ୍ଟାଡିୟମରେ ପହଛି ଜନସଭାକୁ ସମ୍ବୋଧିତ କରିବେ । ସେଠାରୁ ଠେଙ୍କାନାଳ ଯାଇ ଜନସଭାକୁ ସମ୍ବୋଧିତ କରିବା ସହ ଦଳୀୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବାର କାର୍ଯ୍ଯକ୍ରମ ରହିଛି