ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

1 min read
Last Rites Of Manorama Mohapatra To Be Performed As State Honours

ଭୁବନେଶ୍ୱର: ସମାଜର ପୂର୍ବତନ ସମ୍ପାଦିକା ତଥା ବିଶିଷ୍ଟ ସାହିତ୍ୟିକ ଓ ଶିକ୍ଷାବିତ୍‌ ମନୋରମା ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।

ମୁଖ୍ୟମନ୍ତ୍ରୀ କହିଛନ୍ତି- ଜଣେ ଶିକ୍ଷାବିତ୍‌, ସାହିତ୍ୟିକ ତଥା ସୁବକ୍ତା ଭାବରେ ସ୍ବର୍ଗତ ମହାପାତ୍ର ଓଡ଼ିଆ ସାରସ୍ବତ ଜଗତରେ ନିଜ ପାଇଁ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରାଯାଇଛନ୍ତି । ବିଭିନ୍ନ ସାମାଜିକ ସମସ୍ୟା, ବିଶେଷକରି ନାରୀ ମାନଙ୍କ ଅଧିକାର ଓ ସମସ୍ୟା ଉପରେ ସଚେତନତା ସୃଷ୍ଟି କରିବା କ୍ଷେତ୍ରରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ । ସମାଜର ସମ୍ପାଦିକା ଭାବରେ ସେ ସାମ୍ବାଦିକତା କ୍ଷେତ୍ରରେ ଉଚ୍ଚ ଆଦର୍ଶ ବଜାୟ ରଖିଥିଲେ । ଲୋକସେବକ ମଣ୍ଡଳର ସଦସ୍ୟ ଭାବରେ ସମାଜ ସେବା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ତାଙ୍କର ବିୟୋଗରେ ଓଡ଼ିଶା ଜଣେ ବାଗ୍ମୀ ତଥା ମହିୟସୀ ମହିଳାଙ୍କୁ ହରାଇଲା ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ଏଥିସହ ପଢ଼ନ୍ତୁ: ସମାଜର ପୂର୍ବତନ ସମ୍ପାଦିକା ମନୋରମା ମହାପାତ୍ରଙ୍କ ଦେହାନ୍ତ

ପରଲୋକଗତ ଆତ୍ମାର ସଦ୍‌ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇଛନ୍ତି ।

Leave a Reply