ନବୀନ କିଣିଲେ ପ୍ରଥମ ଟିକେଟ୍, ଜାନୁଆରୀରୁ ବିଶ୍ୱକପ୍

ଭୁବନେଶ୍ୱର: ହକି ବିଶ୍ୱକପ ପାଇଁ ଦର୍ଶକ ଭାବେ ପ୍ରଥମ ଟିକେଟ କିଣିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହକି ଇଣ୍ଡିଆ ଅଧ୍ୟକ୍ଷ ଦିଲ୍ଲୀପ ତିର୍କି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ଟିକେଟ ଦେଇଛନ୍ତି । ଟିକେଟ ପାଇ ମୁଖ୍ୟମନ୍ତ୍ରୀ ଖୁସି ବ୍ୟକ୍ତ କରିଥିବା ବେଳେ ସାରା ବିଶ୍ବ ହକି ବିଶ୍ବକପ ଦେଖିବା ପାଇଁ ଅପେକ୍ଷା କରି ରହିଛି ।

ଆସନ୍ତା ବର୍ଷ ଜାନୁଆରୀ ୧୩ରେ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ହକି ବିଶ୍ବକପ୍‌ । ୨୯ ତାରିଖରେ ଶେଷ ହେବ ଟୁର୍ଣ୍ଣାମେଣ୍ଟ । ପ୍ରଥମ ଦିନ ସଂଧ୍ୟା ୫ଟାରେ ଇଂଲଣ୍ଡ ଏବଂ ଓ୍ବେଲସ ମଧ୍ୟରେ ଟକ୍କର ହେବ । ସଂଧ୍ୟା ୭ଟାରେ ଇଣ୍ଡିଆ ଓ ସ୍ପେନ ମଧ୍ୟରେ ଟକ୍କର ହେବ ।