spot_img

Latest Posts

କେରେଡାଗଡର ବିକାଶ ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେରେଡାଗଡ: କେନ୍ଦ୍ରାପଡା ଜିଲ୍ଲା କେରେଡାଗଡର ବିକାଶ ପାଇଁ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ ବିଦ୍ୟାଳୟର ଉନ୍ନତି ଏବଂ କେରେଡାଗଡ ଗ୍ରାମ ପଞ୍ଚାୟତ ପୋଖରୀର ସଂରକ୍ଷଣ ଓ ଉନ୍ନତିକରଣ କରାଯିବ।

ଗତ ୧୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କେନ୍ଦ୍ରାପଡା ରାଜନଗର ଗସ୍ତରେ ଯାଇ କେରେଡାଗଡବାସୀଙ୍କ ମୌଳିକ ସମସ୍ୟା ବିଷୟରେ ଜାଣିବାକୁ ପାଇଥିଲେ । ଏଥିପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ନିବେଦନ କରାଯାଇଥିଲା । ମୁଖ୍ୟମନ୍ତ୍ରୀ ଏ ବିଷୟରେ ଜାଣିବା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସହାୟତା ପାଣ୍ଠିରୁ ୨ଟି ଯାକ ପ୍ରକଳ୍ପ ପାଇଁ ୧୦ ଲକ୍ଷ ଟଙ୍କା ଲେଖାଏଁ ମୋଟ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି।

ଏହି ଦୁଇଟି ପ୍ରକଳ୍ପର କାର୍ଯ୍ୟ ଯଥା ଶୀଘ୍ର ସାରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜନ ଅଭିଯୋଗର ସମାଧାନ କେରେଡାଗଡବାସୀଙ୍କ ପାଇଁ ଏକ ବିରଳ ଅନୁଭୁତି। ରାଜ୍ୟ ସରକାରଙ୍କର ଏହି ତ୍ୱରିତ ପଦକ୍ଷେପ ପାଇଁ କେରେଡାଗଡବାସୀ ମୁଖ୍ୟମନ୍ତ୍ରୀ ଓ 5T ଅଧ୍ୟକ୍ଷଙ୍କୁ ଧନ୍ୟବାଦ ଜଣାଇବା ସହିତ କୃତଜ୍ଞତା ଜଣାଇଛନ୍ତି।

Latest Posts

Don't Miss