ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ପ୍ରାଣପଣେ ଉଦ୍ୟମ କରିଥିବା ଜଣେ ରାଜା  । ଉତ୍କଳ ପାଇଁ ଉଲ୍ଲେଖନୀୟ କାର୍ଯ୍ୟ କରିଥିବା ଜଣେ ମହାରାଜା  । ଯେଉଁ ସମୟରେ ଗଡଜାତ ରାଜାମାନେ ନିଜ ନିଜ ଭିତରେ ଗୃହ ଯୁଦ୍ଧ କରୁଥିଲେ  ।

ସେ ସମୟରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ପାଇଁ ପ୍ରୟାସ ଆରମ୍ଭ କରିଥିଲେ  । ମଧୁବାବୁଙ୍କ ସହ ମିଶି ଅନ୍ୟ ଗଡଜାତ ରାଜ୍ୟମାନଙ୍କୁ ଉତ୍କଳରେ ମିଶ୍ରଣ ପାଇଁ ପ୍ରେରିତ କରୁଥିଲେ  । ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ  । ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ଥିବା ମହାରାଜାଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧା ସୁମନ ଜ୍ଞାପନ କରିବା ସହ ପ୍ରଣାମ କରିଥିଲେ  ।