ବସ୍‌ ଟର୍ମିନାଲର ଶିଳାନ୍ୟାସ ସହ ସୁବାଷ ବୋଷଙ୍କ ପ୍ରତିମୂର୍ତ୍ତିରେ ମଲ୍ୟାର୍ପଣ କରିବେ ମୁଖ୍ୟମନ୍ତ୍ରୀ

1997-2021, Political Journey Of Unbeatable Leader Odisha CM Naveen Patnaik

କଟକ: ଆସନ୍ତାକାଲି କଟକ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଟକ ଓଡ଼ିଆ ବଜାର ନେତାଜୀ ସୁଭାଷ ଚନ୍ଦ୍ର ବୋଷ୍‌ଙ୍କ ବାସଭବନରେ ପହଞ୍ଚି, ନେତାଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଏହା ପରେ ନେତାଜୀଙ୍କ ନାମରେ ଖାନନଗରରେ ହେବାକୁ ଯାଉଥିବା ଅନ୍ତଃରାଜ୍ୟ ବସ ଟର୍ମିନାଲର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପାଇଁ କମିଶନରେଟ ପୋଲିସ, ଜିଲ୍ଲା ପ୍ରଶାସନ, ସିଏମ୍‌ସି, ପୂର୍ତ୍ତ ବିଭାଗ ପକ୍ଷରୁ ପ୍ରସ୍ତୁତି କରାଯାଇଛି । ପୋଲିସ ପକ୍ଷରୁ କରାଯାଇଛି ମକଡ୍ରିଲ ।

ଅନ୍ୟପଟେ ପ୍ରତିବର୍ଷ ସୁବାଷ ବୋଷଙ୍କ ଜନ୍ମ ଦିବସକୁ ଦେଶବ୍ୟାପୀ ‘ପରାକ୍ରମ ଦିବସ’ ଭାବେ ପାଳନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି । ଏନେଇ କେନ୍ଦ୍ରସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି ।

ପ୍ରତିବର୍ଷ ୨୩ ଜାନୁୟାରୀକୁ ସୁବାଷ ବୋଷଙ୍କ ଜୟନ୍ତୀ ଦିବସ ଭାବେ ପାଳନ କରାଯାଏ । ଚଳିତବର୍ଷ ନେତାଜୀଙ୍କ ୧୨୫ ତମ ଜୟନ୍ତୀରେ ଦେଶବାସୀ ‘ପରାକ୍ରମ ଦିବସ’ ଭାବେ ପାଳନ କରିବେ । ଦେଶର କୋଣ ଅନୁକୋଣରେ ନେତାଜୀଙ୍କ ଜୟନ୍ତୀ ପାଳନ କରାଯିବ । ଖାସ କରି ପଶ୍ଚିମବଙ୍ଗ ଓ ଓଡ଼ିଶାର ବିଭିନ୍ନ ସ୍ଥାନରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯିବ ।

Leave a Reply