କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କୁ କରୋନା

1 min read
Congress MLA Narasingh Mishra Tests Covid Positive

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢ଼ି ଚାଲିଥିବା ବେଳେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କୋଭିଡ୍ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ସେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ନିକଟରେ ତାଙ୍କ ସହ ସମ୍ପର୍କରେ ଆସିଥିବା ବ୍ୟକ୍ତି ବିଶେଷ କୋଭିଡ୍ ଟେଷ୍ଟ କରାଇ ନେବାକୁ ନିବେଦନ କରିଛନ୍ତି ନରସିଂହ ମିଶ୍ର । ବଲାଙ୍ଗିର ସ୍ଥିତ ଭୀମଭୋଇ ମେଡିକାଲ କଲେଜରେ କୋଭିଡ୍ ଟେଷ୍ଟରେ ସେ ସଂକ୍ରମିତ ହୋଇଥିବା ଜଣାପଡ଼ିଛି ।

କଂଗ୍ରେସ ବିଧାୟକ ଦଳ ନେତା ତଥା ବଲାଙ୍ଗିର ବିଧାୟକ ନରସିଂହ ମିଶ୍ରଙ୍କ ଆଶୁ ଆରୋଗ୍ୟ ଓ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଗତ ସୋମବାର ବିରୋଧୀ ଦଳ ନେତା ତଥା ଭବାନୀପାଟଣା ବିଧାୟକ ପ୍ରଦୀପ୍ତ ନାଏକଙ୍କ କୋଭିଡ୍ ରିପୋର୍ଟ ମଧ୍ୟ ପଜିଟିଭ୍ ଆସିଥିଲା ।

ଏଥିସହ ପଢ଼ନ୍ତୁ- ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ କରୋନା ସଂକ୍ରମିତ

Leave a Reply