spot_img

Latest Posts

ଧରା ପଡ଼ିଲେ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗ

ନନ୍ଦିଘୋଷ ବ୍ୟୁରୋ: କଳାହାଣ୍ଡି ଜିଲ୍ଲା ପୋଲିସ ଏକ ଆନ୍ତଃରାଜ୍ୟ ଡକାୟତି ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। କଳାହାଣ୍ଡି ଏସ୍ପି ଅଭିଳାଶ ଜୀଙ୍କ ନେତୃତ୍ୱରେ ଧର୍ମଗଡ଼ ଥାନା ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାରେ ସମ୍ପୃକ୍ତ ଥିବା ୮ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ନଗଦ ୩ କୋଟି ୫୧ ଲକ୍ଷ ଟଙ୍କା, ବନ୍ଧୁକ, ଗୁଳି, ଅପରାଧରେ ବ୍ୟବହୃତ ଗାଡ଼ି ଏବଂ ମାରଣାସ୍ତ୍ର ଆଦି ଜବତ କରିଛି। ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତ ଝାଡ଼ଖଣ୍ଡ ରାଜ୍ୟର ବୋଲି ସୂଚନା ମିଳିଛି। ଗତ ୩୦ ତାରିଖରେ ଧର୍ମଗଡ଼ ଠାରେ ଥିବା ଏକ ଦେଶୀ ମଦ ଭାଟିରେ ଏହି ଡକାୟତ ସଂଘଟିତ ହୋଇଥିଲା।  ବିଳମ୍ବିତ ରାତିରେ ପ୍ରାୟ ୮ ଜଣ ଡକାୟତ ମାରଣାସ୍ତ୍ର ଧରି ଡକାୟତି କରିବା ଉଦ୍ଦେଶ୍ୟରେ ଏହି ଭାଟିରେ ପଶିଥିଲେ। ସେଠାରେ ବନ୍ଧୁକ ଏବଂ ମରଣାସ୍ତ୍ର ଦେଖାଇ ଧମକ ଦେଇ ଟଙ୍କା ଲୁଟି ନେଇଥିଲେ। ଏନେଇ ଧର୍ମଗଡ଼ ଥାନାରେ ଏକ ମାମଲା ରୁଜୁ ହୋଇଥିଲା। ଡକାୟତଙ୍କୁ ଧରିବାକୁ କଳାହାଣ୍ଡି ଏସପିଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢ଼ାଉ ଆରମ୍ଭ କରାଯାଇ ଗିରଫ କରାଯାଇଥିଲା।

Latest Posts

Don't Miss