spot_img

Latest Posts

ଖରସ୍ରୋତା ନଦୀରେ ବୁଲୁଛି କୁମ୍ଭୀର: ଆତଙ୍କିତ ସ୍ଥାନୀୟ ବାସିନ୍ଦା

ଯାଜପୁର: ଖରସ୍ରୋତା ନଦୀରେ କୁମ୍ଭୀର ଆତଙ୍କ । ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ଜୋକଡିଆ ବ୍ୟାରେଜ ନିକଟରେ ଗତକାଲି ଅପରାହ୍ନରେ ଏକ କୁମ୍ଭୀର ଦେଖାଯିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ସୂଚନା ଅନୁସାରେ ଗତକାଲି ଖରସ୍ରୋତା ନଦୀ ପଠାରେ ଖେଳୁଥିବା ସମୟରେ କିଛି ପିଲା ପ୍ରଥମେ ଏହି କୁମ୍ଭୀରଟିକୁ ଦେଖିଥିଲେ ।

ପରେ ସ୍ଥାନୀୟ ଅଞ୍ଚଳରେ ଏହି ଖବର ପ୍ରଚାର ହୋଇଯାଇଥିଲା। କୁମ୍ଭୀରକୁ ଦେଖିବାକୁ ସ୍ଥାନୀୟ ଲୋକେ ଭିଡ ଜମାଇଥିଲେ। ପାଖାପାଖି ୫ ଫୁଟ ଲମ୍ବର ଏହି କୁମ୍ଭୀରଟି ବହୁ ସମୟ ଧରି ନଦୀ କୂଳରେ ରହିଥିଲା। ପରେ ଖବର ପାଇ ବନବିଭାଗ କର୍ମଚାରୀ ସେଠାରେ ପହଞ୍ଚିବା ବେଳକୁ କୁମ୍ଭୀରଟି ନଦୀ ଭିତରକୁ ଚାଲିଯାଇଥିଲା।

ଗଞ୍ଜାମ ତପ୍ତପାଣି ଘାଟିରେ ଦୁର୍ଘଟଣା, ଓଲଟିଲା OJEE ପରୀକ୍ଷାର୍ଥୀଙ୍କୁ ନେଇ ଆସୁଥିବା ବସ୍

ତେବେ କୁମ୍ଭୀରକୁ କାବୁ କରା ନଯିବା ପର୍ଯ୍ୟନ୍ତ ସ୍ଥାନୀୟ ଲୋକେ ନଦୀ କୂଳକୁ ନ ଯିବା ପାଇଁ ବନବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ଲୋକଙ୍କୁ ସଚେତନ କରାଯାଇଛି। ସେପଟେ କୁମ୍ଭୀରକୁ କାବୁ କରିବାକୁ ବନବିଭାଗ ପକ୍ଷରୁ ଉଦ୍ୟମ ଜାରି ରହିଥିବା ଯାଜପୁର ରୋଡ଼ ରେଞ୍ଜର ସୂଚନା ଦେଇଛନ୍ତି।

Latest Posts

Don't Miss