ବାତ୍ୟା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଥିବା ୭ ଜିଲ୍ଲାର ପୌର କର୍ମଚାରୀଙ୍କ ଛୁଟି ବାତିଲ୍

Cyclone Gulab, 7 Southern Districts ULB Employee Leave Cancelled

ଭୁବନେଶ୍ୱର: ବାତ୍ୟା ଗୁଲାବ ପାଇଁ ଦକ୍ଷିଣ ଓଡ଼ିଶାର ୭ ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ଏସବୁ ଜିଲ୍ଲା ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ ପାଇଁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ମଞ୍ଜୁର ହୋଇଥିବା ଛୁଟିକୁ ବାତିଲ୍ କରି ଦିଆଯାଇଛି ।

ଏଥିସହ ପଢ଼ନ୍ତୁ: ସନ୍ଧ୍ୟା ପରେ ଆରମ୍ଭ ହେବ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା, ମଧ୍ୟରାତ୍ରୀରେ ସ୍ଥଳଭାଗ ଛୁଇଁବ ‘ଗୁଲାବ’

ଜଳବନ୍ଦୀ ସ୍ଥିତି ଏଡ଼ାଇବାକୁ ଯନ୍ତ୍ରପାତି ଓ ପମ୍ପସେଟ୍ ପ୍ରସ୍ତୁତ ରଖିବାକୁ ଗୃହ ଓ ସହରାଞ୍ଚଳ ବିଭାଗ ନିର୍ଦ୍ଦେଶ ଦଇଛି । ତଳିଆ ଅଞ୍ଚଳରୁ ଲୋକଙ୍କୁ ସ୍ଥାନାନ୍ତରଣ ପାଇଁ କୁହାଯାଇଛି । ବିଦ୍ୟୁତ୍ ସରବରାହ ବାଧାପ୍ରାପ୍ତ ହେବା ଆଶଙ୍କା ଥିବାରୁ ଡିଜି ସେଟ୍ସ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ସହରାଞ୍ଚଳରେ କଣ୍ଟ୍ରୋଲ୍ ରୁମ୍ ଖୋଲାଯିବ ।

ଜଳାର୍ଣ୍ଣବ ସ୍ଥିତି ଏଡ଼ାଇବାକୁ ଡ୍ରେନ୍ ଗୁଡ଼ିକ ଉପରେ ନଜର ରଖାଯିବ । ଡ୍ରେନକୁ ସଫା କରାଯିବା ସହ ଆସନ୍ତାକାଲି ରାସ୍ତା ସଫେଇ ପାଇଁ ମନା କରାଯାଇଛି । ଅଧିକ ଜଳପ୍ରବାହ ପାଇଁ ଦୁର୍ଘଟଣା ଘଟୁଥିବା ସ୍ଥାନରେ ବ୍ୟାରିକେଡ୍ ନିର୍ମାଣ ହେବ ।

Leave a Reply