ଶାମ୍ବ ଦଶମୀ; ଚନ୍ଦ୍ରଭାଗାରେ ବୁଡ଼ ପକାଇବା ସହ ସୂର୍ଯ୍ୟ ଆଳତି ଦେଖିବାକୁ ଶ୍ରଦ୍ଧାଳୁଙ୍କ ଭିଡ଼
ନନ୍ଦିଘୋଷ ବ୍ୟୁରୋ: ଆଜି ପବିତ୍ର ଶାମ୍ବ ଦଶମୀ । ଉତ୍ସବ ମୁଖର ଅର୍କକ୍ଷେତ୍ର କୋଣାର୍କ ସହ ସାରା ରାଜ୍ୟ । ଘରେ ଘରେ ମହିଳା ନିଜ ପରିବାର ଲୋକଙ୍କ ନିରୋଗ କାମନା କରିବା ପାଇଁ ସୂର୍ଯ୍ୟ ନାରାୟଣଙ୍କୁ ପୂଜା କରିଛନ୍ତି । ଚନ୍ଦ୍ରଭାଗା ତୀର୍ଥକ୍ଷେତ୍ରରେ ଶହ ଶହ ଶ୍ରଦ୍ଧାଳୁଙ୍କ ସୂର୍ଯ୍ୟ ନାରାୟଣଙ୍କ ଦର୍ଶନ ଓ ସୂର୍ଯ୍ୟ ଆଳତି ଲାଗି ଭିଡ଼ ଲାଗିଛି ।
ଶାମ୍ବ ଦଶମୀ ଅବସରରେ ଆଜି କୋଣାର୍କ ସୂର୍ଯ୍ୟ ମନ୍ଦିର ପ୍ରବେଶ ଶୁଳ୍କ ଛାଡ଼ ରହିଛି । ବିନା ଟିକେଟରେ ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିରର ନିଖୁଣ କାରୁକାର୍ଯ୍ୟକୁ ବୁଲି ଦେଖୁଛନ୍ତି କୋଣାର୍କକୁ ବୁଲି ଆସୁଥିବା ଦେଶ ବିଦେଶର ପର୍ଯ୍ୟଟକ ।

