କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କରୋନା ସଂକ୍ରମିତ : ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି

1 min read

ଭୁବନେଶ୍ୱର:  କେନ୍ଦ୍ରମନ୍ତ୍ରୀ ଅମିତ୍ ଶାହଙ୍କ ପରେ ଏବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନା ସଂକ୍ରମିତ ଚିହ୍ନଟ । ପଜିଟିଭ୍ ଚିହ୍ନଟ ହେବା ପରେ ହରିୟାଣାର ଗୁରୁଗାଁଓ ସ୍ଥିତ ମେଦାନ୍ତ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଛି । ଏନେଇ ଖୋଦ୍ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି । ସେ ଲେଖିଛନ୍ତି ଯେ, ତାଙ୍କ ଠାରେ କରୋନା ଲକ୍ଷଣ ଦେଖାଯାଇଥିଲା ଏବଂ ଟେଷ୍ଟିଂ ପରେ ସେ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି  କିନ୍ତୁ ସେ ଏବେ ସୁସ୍ଥ ଅଛନ୍ତି । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ୍ ଶାହ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଏବେ କେନ୍ଦ୍ର ପେଟ୍ରୋଲିୟମ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ସେଠାରେ ଭର୍ତ୍ତି ହୋଇଛନ୍ତି । ୫୧ ବର୍ଷୀୟ ଧର୍ମେନ୍ଦ୍ର କେନ୍ଦ୍ର କ୍ୟାବିନେଟର ଦ୍ୱିତୀୟ ମନ୍ତ୍ରୀଭାବେ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୈହାନ, କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍ ୟେଦୁରପ୍ପା ଏବଂ ପୂର୍ବତନ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା ମଧ୍ୟ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

ସୂଚନା ଯୋଗ୍ୟ ଯେ, ରବିବାର ଉତ୍ତରପ୍ରେଦଶର ଶିକ୍ଷା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ୬୨ ବର୍ଷୀୟା କମଳ ରାଣୀ ବରୁଣଙ୍କ କରୋନାରେ ଦେହାନ୍ତ ହୋଇଛି । କରୋନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ସେ ଲକ୍ଷ୍ମୌ ସ୍ଥିତି ମେଡିକାଲରେ ଚିକିତ୍ସାଧୀନ ଥିଲେ । ତେବେ ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ, ତାମିଲନାଡ଼ୁ ଶକ୍ତି ମନ୍ତ୍ରୀ ପି. ତାଥାଗାମାନୀ ଏବଂ ପଞ୍ଜାବର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ତ୍ରିପତୀ ସିଂହ ବାଜଓ୍ୱା ଏବଂ ଅନ୍ୟ କିଛି ମନ୍ତ୍ରୀ ଚିକିତ୍ସା ପରେ କରୋନାରୁ ସୁସ୍ଥ ହୋଇଛନ୍ତି ।

ଅପରପକ୍ଷରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ରଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପଚାରିବୁଝିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏବଂ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।

Leave a Reply