spot_img

Latest Posts

ମିଳୁନି ଡାକ୍ତରଙ୍କ ପତ୍ତା; ମାଓବାଦୀଙ୍କ ନାଁରେ କେହି ଦୁର୍ବୃତ୍ତ ଅପହରଣ କରିଥିବା ସନ୍ଦେହ

ମାଲକାନଗିରି : ମାଲକାନଗିରି ଜିଲ୍ଲା କାଲିମେଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅମ୍ଳାନ କୁମାର ଭୋଇ ନିଖୋଜ । ଶନିବାରରୁ ସେ ନିଖୋଜ ଅଛନ୍ତି। ଡାକ୍ତରଙ୍କ ସରକାରୀ କ୍ଵାର୍ଟର୍ସରୁ ସିପିଆଇ ମାଓବାଦୀ ବୋଲି ଲେଖାଥିବା ଏକ ଚିଠି ମିଳିଛି । ସରକାରୀ କ୍ଵାର୍ଟର୍ସ ଭିତରେ ଡାକ୍ତରଙ୍କ ମୋବାଇଲ ଓ ଘର ବାହାରେ ବାଇକ ରହିଥିବା ଦେଖିବାକୁ ମିଳିଛି।

ଶୁକ୍ରବାର ଜଣେ ମହିଳାଙ୍କ ମୃତଦେହ ବ୍ୟବଚ୍ଛେଦକୁ କେନ୍ଦ୍ର କରି ଡାକ୍ତରଙ୍କ ସହ କିଛି ଲୋକଙ୍କର ବଚସା ହୋଇଥିଲା। ଏହି ଘଟଣାକୁ କେନ୍ଦ୍ର କରି ଡାକ୍ତରଙ୍କୁ ଅପହରଣ କରାଯାଇଥିବାର ଅନୁମାନ କରାଯାଉଛି । ଏସଡିପିଓ ସଚିନ ପଟେଲ ମେଡିକାଲକୁ ଯାଇ ତନାଘନା ଆରମ୍ଭ କରିବା ସହିତ ଚିଠି ଜବତ କରିଛନ୍ତି। ଡାକ୍ତରଙ୍କୁ ମାଓବାଦୀଙ୍କ ନାଁରେ କେହି ଦୁର୍ବୃତ୍ତ ଅପହରଣ କରିଥିବା ସନ୍ଦେହରେ ଖୋଳତାଡ଼ ଚାଲିଛି।

ଅପହୃତ ଡାକ୍ତରଙ୍କ ପରିବାରବର୍ଗ କନ୍ଧମାଳ ଜିଲ୍ଲାପାଳଙ୍କୁ ଭେଟି ପୁଅକୁ ସୁରକ୍ଷିତ ଉଦ୍ଧାର କରିବାକୁ ନିବେଦନ କରିଛନ୍ତି । ଜିଲ୍ଲାପାଳ ଆଶିଷ ଈଶ୍ୱର ପାଟିଲ ମାଲକାନଗିରି ଜିଲ୍ଲାପାଳଙ୍କ ସହିତ କଥାବାର୍ତ୍ତା କରିବା ସହିତ ସମସ୍ତ ସହଯୋଗ କରିବେ ବୋଲି ଆଶ୍ଵାସନା ଦେଇଛନ୍ତି ।

Latest Posts

Don't Miss