spot_img

Latest Posts

ପାରାଦୀପ-ଏରସମା ଅଭିମୁଖେ ଦାମ ରାଉତଙ୍କ ପାର୍ଥିବ ଶରୀର, ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର : ପାରାଦୀପ-ଏରସମା ଅଭିମୁଖେ ଡାକ୍ତର ଦାମ ରାଉତଙ୍କ ପାର୍ଥିବ ଶରୀର। ପୁରୀ ସ୍ଵର୍ଗଦ୍ଵାରରେ ହେବ ଶେଷକୃତ୍ୟ। ପାରାଦୀପ ଯିବା ରାସ୍ତାରେ ପ୍ରଥମେ ରଘୁନାଥପୁରରେ କିଛି ସମୟ ରହିବେ। ସେଠାରୁ ତିର୍ତ୍ତୋଲରେ କିଛି ସମୟ ରହିବା ପରେ କୁଜଙ୍ଗ ବଜାରରେ ଶେଷ ଦର୍ଶନ ଲାଗି କିଛି ସମୟ ଲାଗି ଅଟକିବ। ପାରାଦ୍ଵୀପରେ ପରିକ୍ରମା ସହିତ ବିଜୁପଟ୍ଟନାୟକ ମେମୋରିଆଲ ଟ୍ରଷ୍ଟରେ ଶେଷ ଦର୍ଶନ ଲାଗି ରହିବ ପାର୍ଥିବ ଶରୀର। ସେଠାରୁ ଏରସମା ପରିକ୍ରମା ପରେ ପୁରୀ ସ୍ଵର୍ଗଦ୍ଵାର ଅଭିମୁଖେ ବାହାରିବ ଦାମୋଦର ରାଉତଙ୍କ ପାର୍ଥିବ ଶରୀର।

ପୂର୍ବରୁ ବିଧାନସଭାରେ ଦିଆଯାଇଥିଲା ଗାର୍ଡ ଅଫ୍ ଅନର। ଶଙ୍ଖ ଭବନରେ ଶ୍ରଦ୍ଧାଞ୍ଜଳି ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପୂର୍ବତନ ମନ୍ତ୍ରୀ ଡାକ୍ତର ଦାମୋଦର ରାଉତଙ୍କୁ ଶେଷ ଦର୍ଶନ କରି ଜଣାଇଥିଲେ ଶ୍ରଦ୍ଧାଞ୍ଜଳି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଥିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଦାମ ରାଉତଙ୍କୁ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ ଫାଇଭ-ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ୮୨ ବର୍ଷ ବୟସରେ ଡାକ୍ତର ଦାମୋଦର ରାଉତଙ୍କ ପରଲୋକ ଘଟିଛି। ଚିକିତ୍ସାଧୀନ ଅବସ୍ଥାରେ ଏକ ଘରୋଇ ହସପିଟାଲରେ ତାଙ୍କର ପରଲୋକ ଘଟିଛି। ଓଡ଼ିଶା ରାଜନୀତିର ପିତାମହ ଭୀଷ୍ମ ଭାବେ ପରିଚିତ ଥିଲେ ଡାକ୍ତର ଦାମୋଦର ରାଉତ । ସେ ୭ ଥରର ବିଧାୟକ ଓ ବିଭିନ୍ନ ଗୁରୁତ୍ବପୂର୍ଣ୍ଣ ବିଭାଗର ମନ୍ତ୍ରୀ ଭାବେ ଦାୟିତ୍ବ ତୁଲାଇଥିଲେ। ୧୯୭୭ ମସିହାରୁ ୨୦୧୯ ମସିହା ପର୍ଯ୍ୟନ୍ତ ସେ ୭ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

Latest Posts

Don't Miss