ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ବାତ୍ୟାର ରୂପ ନେବା ଆଶଙ୍କା

1 min read
Early indication of another system over Bay of Bengal around 23 May

ଭୁବନେଶ୍ୱର: ‘ତଉତେ’ ପରେ ଆସୁଛି ଆଉ ଏକ ବାତ୍ୟା । ଆରବ ସାଗର ପରେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୭ ଦିନ ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ । ଧୀରେ ଧୀରେ ଘନୀଭୂତ ହୋଇ ବାତ୍ୟାର ରୂପ ନେଇପାରେ ବୋଲି ଆଶଙ୍କା କରାଯାଉଛି । ଆସନ୍ତା ୨୨ରୁ ୨୮ତାରିଖ ଭିତରେ ବାତ୍ୟାର ରୂପ ନେଇପାରେ ବୋଲି ଅନୁମାନ କରାଯାଉଛି । ୨୩ ତାରିଖ ଆଡ଼କୁ ସ୍ପଷ୍ଟ ହେବ ବାତ୍ୟାର ରୂପରେଖ ।

ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଭୂ-ବିଜ୍ଞାନ ମନ୍ତ୍ରାଳୟର ସଚିବ ମାଧବନ ରାଜୀବନ । ବର୍ତ୍ତମାନ ସୁଦ୍ଧା ବାତ୍ୟା ନେଇ ସ୍ପଷ୍ଟ ସୂଚନା ଦେଇନି ପାଣିପାଗ ବିଭାଗ । ସ୍ଥିତି ଉପରେ ନଜର ରଖାଯାଇଛି । ବାତ୍ୟାର ସ୍ଥିତି, ଗତି ଓ ଲ୍ୟାଣ୍ଡଫଲ ନେଇ ଏଯାଏ ଆକଳନ ହୋଇନି । ପ୍ରତିବର୍ଷ ମେ ମାସରେ ବାତ୍ୟା ହୋଇଥାଏ ।  ଲଘୁଚାପ ସୃଷ୍ଟି ହେଲେ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ଥାଏ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

Leave a Reply