ଜେଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ନନ୍ଦିଘୋଷ ବ୍ୟୁରୋ: ଫୁଲବାଣୀ ସର୍କଲ ଜେଲରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ। ବ୍ରହ୍ମପୁର ଏମକେସିଜି ମେଡିକାଲ ନେବା ବାଟରେ ମୃତ୍ୟୁ ହୋଇଛି। । ମେଡିକାଲରେ ମୃତ ଘୋଷଣା କରିଛନ୍ତି ଡାକ୍ତର । ମୃତକ ଫିରିଙ୍ଗିଆ ଥାନା କମଡକାମ୍ବା ଗାଁର ଯଶୋବନ୍ତ ଅମାତ। ଗଞ୍ଜେଇ ଚାଲାଣ ମାମଲାରେ ସେ ଗିରଫ ହୋଇ ଜେଲରେ ଥିଲେ। ଗତକାଲି ଯଶୋବନ୍ତ ଅସୁସ୍ଥ ହେବାରୁ ତାଙ୍କୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ଅବସ୍ଥା ଗୁରୁତର ହେବାରୁ ବ୍ରହ୍ମପୁର ବଡ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିଲା। ବାଟରେ ତାଙ୍କର ମୃତ୍ୟୁ ହୋଇଛି। ଏ ନେଇ ଜେଲ କର୍ତ୍ତୃପକ୍ଷ ବ୍ରହ୍ମପୁର ବୈଦ୍ୟନାଥପୁର ଥାନାରେ ଏକ ଏତଲା ଦାଏର କରିଛନ୍ତି। ତେବେ ପରିବାର ପକ୍ଷରୁ ଫିରିଙ୍ଗିଆ ଥାନାରେ ହତ୍ୟା ଅଭିଯୋଗ କରିବା ସହିତ ଥାାନା ଆଗରେ ଧାରଣାରେ ବସିଛନ୍ତି ।