ଧରାପୃଷ୍ଠରେ ବିରାଜମାନ ପ୍ରଭୁ ଗଜାନନ, ଗାଁଠୁ ସହରର ସବୁଠି ହୋଇଉଠିଛି ଚଳଚଞ୍ଚଳ

ଭୁବନେଶ୍ୱର : ଧରାପୃଷ୍ଠରେ ବିରାଜମାନ କରିଛନ୍ତି ପ୍ରଭୁ ଗଜାନନ । ଗାଁଠୁ ସହରର ସବୁଠି ହୋଇଉଠିଛି ଚଳଚଞ୍ଚଳ । ସୁଉଚ୍ଚ ତୋରଣ ସାଙ୍ଗକୁ ଆଖି ଝଲସା ମେଢ଼ ସାଜସଜ୍ଜା ହୋଇଛି । ହୋମଯଜ୍ଞରେ ପ୍ରକମ୍ପିତ ହେଉଛି ପରିବେଶ । କେଉଁଠି ସପ୍ତାହେ ତ କେଉଁଠି ମାସେ ଧରି ଚାଲିବ ଗଣପତିଙ୍କ ପୂଜା । ମେଢବୁଲିବାକୁ ଲୋକ ବି ଭିଡ଼ ଜମାଉଛନ୍ତି । ତାସହ କେଉଁଠି ମୀନାବଜାର ବୁଲିବା ମଜା ଦ୍ବିଗୁଣିତ କରୁଛି । ସୁଉଚ୍ଚ ତୋରଣ ସାଙ୍ଗକୁ ସୁନ୍ଦର ଆଲୋକ ସଜ୍ଜାରେ ଝଟକୁଛି ବିଭିନ୍ନ ସହର । ଭୁବନେଶରର ବରଗଡ଼, ସହିଦନଗର ଓ ବରମୁଣ୍ଡା ରେ ଆକର୍ଷଣୀୟ ଗଣେଶ ମୂର୍ତ୍ତି ପୂଜା ପାଉଛନ୍ତି । କଟକରେ ସକାଳୁ ସକାଳୁ ଶିକ୍ଷାନୁଷ୍ଠାନ ଗୁଳିକ ଚଳଚଞ୍ଚଳ ହୋଇଉଠିଛି ।

ବିଭିନ୍ନ ଗଣେଶ ପୀଠ ଗୁଡ଼ିକରେ ପ୍ରାତଃ କାଳରୁ ଗଜାନନଙ୍କ ପୂଜା ଆରମ୍ଭ ହୋଇଥିବା ବେଳେ ମଣ୍ଡପ ଗୁଡ଼ିକରେ ଆଉ କିଛ ସମୟ ଅପେକ୍ଷା । ବେଦ ଧ୍ବନୀରେ ପ୍ରକମ୍ପିତ ହେବ ଗଗନ ପବନ । ଧୂପ ଦୀପ ଝୁଣା ଓ ନୈବେଦ୍ୟର ମୋହନୀୟ ମହକ ଭିତରେ ଆର୍ବିଭୂତ ହେବେ ପ୍ରଭୁ ଶ୍ରୀ ଗଣେଶ ।