କାର୍‌ ଭିତରେ ମମିତାଙ୍କୁ ହତ୍ୟା କରିଥିଲା ଗୋବିନ୍ଦ: ମାର୍କେଟିଂ ସାରି ମହାଲିଙ୍ଗ ସ୍କୁଲକୁ ଫେରିବା ବାଟରେ ଭିଆଇଥିଲା ହତ୍ୟାକାଣ୍ଡ

1 min read

ବଲାଙ୍ଗୀର: କାର ଭିତରେ ମମିତାଙ୍କୁ ହତ୍ୟା କରିଥିଲେ ଗୋବିନ୍ଦ । ଭବାନୀପାଟଣାରୁ ମାର୍କେଟିଂ ସାରି ମହାଲିଙ୍ଗ ସନସାଇନ ସ୍କୁଲକୁ ଯିବା ବାଟରେ କୁଦାସୀରା-ବୋଡ଼ା ରାସ୍ତାରେ ମମିତାଙ୍କୁ ଗୋବିନ୍ଦ ହତ୍ୟା କରିଥିଲେ । ହତ୍ୟା ପରେ ଗାତରେ ଶବକୁ ପୋଡ଼ା ଯିବା ପରେ ପୋତି ଦେଇଥିଲେ । ଏନେଇ ପୋଲିସ ଆଗରେ ଗୋବିନ୍ଦ ମାନିଥିବା ଜଣାପଡ଼ିଛି । ଗୋବିନ୍ଦଙ୍କ କାରରେ କଟା ଦାଗ ଥିବାରୁ ମମିତାଙ୍କୁ ମାରିବା ପାଇଁ ଛୁରୀ ବ୍ୟବହାର ହୋଇଥିବା ପୋଲିସ ସନ୍ଦେହ କରୁଛି । ଗତକାଲି ଅପରାହ୍ନରେ ବଙ୍ଗୋମୁଣ୍ଡା ବ୍ଲକ ବୁଢ଼ିପଦରରୁ ଗୋବିନ୍ଦଙ୍କୁ ଗିରଫ କରିଥିଲା ପୋଲିସ । ବଲାଙ୍ଗୀର ଏସପି ଅଫିସରେ ରାତି ତମାମ ଜେରା କରିବା ପରେ ଆଜି ଭୋର ୫ଟାରେ ବଲାଙ୍ଗୀର ମେଡିକାଲରେ ଗୋବିନ୍ଦଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ସହ କୋଭିଡ ଟେଷ୍ଟ କରାଯାଇଛି ।

ଗୋବିନ୍ଦଙ୍କ ସହ ସିନ୍ଧେକେଲା ଥାନାରେ ଅଟକ ଥିବା ଜେସିବି ଡ୍ରାଇଭର ପୁଷ୍କର ଭୋଇ, କଲେଜର ରାତ୍ରି ଜଗୁଆଳି ଗୁପ୍ତେ ତାଣ୍ଡି ଓ କଲେଜ ଅଧ୍ୟକ୍ଷ ରଞ୍ଜିତ ସାହୁଙ୍କୁ ମୁହାଁମୁହିଁ ଜେରା କରିଛି ବଲାଙ୍ଗୀର ପୋଲିସ । ଅନ୍ୟପଟେ ଘଟଣା ପରେ ସୋସିଆଲ ମିଡିଆରେ ପ୍ରତିକ୍ରିୟା ରଖିଛନ୍ତି ମହାଲିଙ୍ଗ କଲେଜର କିଛି ଛାତ୍ରଛାତ୍ରୀ । କଲେଜରେ ଅସାମାଜିକ କାର୍ଯ୍ୟ ଚାଲିଥିଲା ବୋଲି ଛାତ୍ରଛାତ୍ରୀ ଅଭିଯୋଗ କରିଛନ୍ତି । କଲେଜରେ ବେଆଇନ କାର୍ଯ୍ୟ ଚାଲୁଥିବା ବେଳେ, ହଷ୍ଟେଲରେ ଛାତ୍ରମାନଙ୍କୁ ନିସ୍ତୁକ ମାଡ଼ ମରାଯାଉଥିବା ଅଭିଯୋଗ ହୋଇଛି । ତେଣୁ ମହାଲିଙ୍ଗ କଲେଜ ଅଧ୍ୟକ୍ଷ ରଞ୍ଜିତ ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହୋଇଛି ।

ଏଥିସହିତ ପଢ଼ନ୍ତୁ: ମମିତାଙ୍କୁ ହତ୍ୟା ନେଇ ସତ ମାନିଲା ଗୋବିନ୍ଦ ସାହୁ: ହତ୍ୟା ପରେ ଷ୍ଟାଡିୟମ୍‌ରେ ପୋତି ଦେଇଥିଲା

Leave a Reply