spot_img

Latest Posts

ପୁଣି ବଢିଲା ସୁନା ଦର, ଜାଣନ୍ତୁ କେତେ ହେଲା ଗ୍ରାମ ପ୍ରତି ଦାମ୍

ଭୁବନେଶ୍ୱର ବଢ଼ିଲା ସୁନା ଦର।‌ ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୭୦ ଟଙ୍କା ବଢ଼ି ୪୭,୬୮୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ଦଶ ଗ୍ରାମ ପ୍ରତି ୪୮,୬୮୦ ଟଙ୍କା ହୋଇଥିବା ଜଣାଯାଇଛି। ଓଡ଼ିଶା ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୪୫,୯୦୦ ଟଙ୍କା ଓ ୫୦, ୦୭୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରରେ କିଛିଟା ପରିବର୍ତ୍ତନ ଆସିଛି। ମୁମ୍ବାଇରେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ମୂଲ୍ୟ ୪୭,୬୮୦ ଟଙ୍କା ଓ ୪୮,୬୮୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୪୮,୦୫୦ ଟଙ୍କା ଓ ୫୨,୪୨୦ ଟଙ୍କା ରହିଛି। ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୪୬,୩୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୦,୫୦୦ ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୪୮,୨୨୦ ଟଙ୍କା ଓ ୫୦,୯୨୦ ଟଙ୍କା ରହିଛି । ଅନ୍ୟପଟେ ଆଜି ରୁପା ମୂଲ୍ୟ ହ୍ରାସ ପାଇଛି। ଆଜି ରୁପା କିଲୋଗ୍ରାମ ପ୍ରତି ୬୦୦ ଟଙ୍କା କମି ୭୧,୦୦୦ ଟଙ୍କା ରହିଥିବା ନେଇ ରେକର୍ଡ ହୋଇଛି।

Latest Posts

Don't Miss