ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,  ୮ପ୍ରତିଶତ ସୁଧରେ ପାଇବେ ୪୦ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ

1 min read

ଭୁବନେଶ୍ୱର: ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଆଣିଲେ ନବୀନ ସରକାର  । ସପ୍ତମ ବେତନ କମିଶନ ସୁପାରିଶ ଭିତ୍ତିରେ ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗୃହ ନିର୍ମାଣ ସହାୟତା ରାଶି ବୃଦ୍ଧି କରିଛନ୍ତି  । ପୂର୍ବରୁ ୨୫ ଲକ୍ଷ ଟଙ୍କା ଗୃହନିର୍ମାଣ ପାଇଁ ଋଣ ଦିଆଯାଉଥିଲା ଏବେ ତାକୁ ବୃଦ୍ଧି କରାଯାଇ ୪୦ ଲକ୍ଷ ପର୍ଯ୍ୟନ୍ତ କରିଛନ୍ତି ରାଜ୍ୟ ସରକାର । ସୁଧ ହାର ପରିମାଣ  ମଧ୍ୟ୍ୟ କମାଯାଇ ୮ ପ୍ରତିଶତ ରଖାଯାଇଛି ।

ଏହି ଋଣ ୬୦-୪୦ ଅନୁପାତରେ ଦୁଇଟି ପର୍ଯ୍ୟାୟରେ କର୍ମଚାରୀ ମାନଙ୍କୁ ଦିଆଯିବ । ପୂର୍ବରୁ ୨୦୧୦ରେ ଲାଗୁ କରାଯାଇଥିବା ଗୃହ ନିର୍ମାଣ ସହାୟତା ନିୟମ ଅନୁଯାୟୀ ୨୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି ଏବଂ ଏଥିରେ ସର୍ବାଧିକ ସୁଧ ହାର ୧୧.୫ ପ୍ରତିଶତ ଥିଲା । ବର୍ତ୍ତମାନ ଗୃହ ନିର୍ମାଣ ସହାୟତା ପରିମାଣ ୪୦ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ସହିତ ସୁଧ ପରିମାଣ ୮ ପ୍ରତିଶତକୁ ହ୍ରାସ କରାଯାଇଛି । ଜାତୀୟ ପେନ୍ସନ ସ୍କିମ୍ ଅଧୀନସ୍ଥ କର୍ମଚାରୀଙ୍କ ସହିତ ସମସ୍ତ ସ୍ଥାୟୀ ସରକାରୀ କର୍ମଚାରୀ ଏହି ସହାୟତା ପାଇପାରିବେ ।