ଭଦ୍ରକ : ଧୋକା ଦେଲା ଗୁଗଲ ମ୍ୟାପ ,ଗାଁକୁ ମାଡ଼ି ଗଲା ଟ୍ରକ। ଦୁର୍ଘଟଣାରେ ଭାଙ୍ଗିଲା ଘର। ଘଟଣା ଘଟିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲିରେ । ଆଜି ଭୋରରେ କଟକରୁ ଏକ ଟ୍ରକ ଧାମରା ବନ୍ଦର ଅଭିମୁଖେ ଯାଉଥିଲା । ନୂଆକରି ଧାମରାକୁ ଗାଡି ନେଇ ଯାଉଥିବା ଡ୍ରାଇଭରକୁ ରାସ୍ତା ଜଣା ନଥିବାରୁ ସେ ଗୁଗଲ ମ୍ୟାପ ଦେଖି ଗାଡି ଚଳାଉଥିଲେ । ମାତ୍ର ଭଦ୍ରକ-ଚାନ୍ଦବାଲି ମୁଖ୍ୟ ରାସ୍ତାର ଦିଗଛିଆ ଛକ ନିକଟସ୍ଥ ପାତ୍ରସାହି ରାସ୍ତାରେ ଗାଡି ଚଳାଇ ଗାଁ ଭିତେ ଟ୍ରକକୁ ପୁରାଇଦେଇଥିଲେ।
ଅଣଓସରିଆ ଗାଁ ଭିତରେ ବଡ଼ ଟ୍ରକଟି ଆଉ ବୁଲି ନ ପାରି ରମେଶ ଦାସଙ୍କ ଘର ଉପରେ ମାଡି ଯାଇଥିଲା। ଏହା ଦେଖି ଗାଁ ଲୋକେ ବାଂଶଡା ପୋଲିସକୁ ଖବର ଦେଇଥିଲେ । ଘଟଣାସ୍ଥଳରେ ବାଂଶଡା ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରି ଗାଡିକୁ ଉଦ୍ଧାର କରି ଥାନାକୁ ନେଇଥିବା ଜଣାପଡ଼ିଛି ।

