ଥଣ୍ଡାରୁ ନିସ୍ତାର ନାହିଁ, ଆହୁରି ବଢ଼ିବ

1 min read

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଶୀତ ଲହରି । ଆସନ୍ତା ୨୫ ତାରିଖ ପର୍ଯ୍ୟନ୍ତ ନିସ୍ତାର ନାହିଁ । ଉତ୍ତର-ପଶ୍ଚିମ ଦିଗରୁ ଓଡ଼ିଶାକୁ ବହୁଥିବା ଶୁଷ୍କ ଓ ଥଣ୍ଡା ଜଳବାୟୁ ପ୍ରଭାବରେ ରାଜ୍ୟରେ ଏଭଳି ସ୍ଥିତି ସୃଷ୍ଟି ହୋଇଛି । ଅନୁଗୁଳରେ ରାତିର ତାପମାତ୍ରା ସ୍ୱାଭାବିକଠାରୁ ୭.୨ ଡିଗ୍ରୀ ଖସିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆହୁରି ୩ ରୁ ୪ ଡିଗ୍ରୀ ଖସିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଶୀତ ପାଇଁ ବୁଧବାର ପର୍ଯ୍ୟନ୍ତ ୫ ଜିଲ୍ଲା ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡା, ସୁନ୍ଦରଗଡ ଏବଂ କଳାହାଣ୍ଡିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଅନ୍ୟପଟେ ୧୦ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ୨୩ ତାରିଖରେ ୩ଟି ଜିଲ୍ଲା ଅନୁଗୁଳ, ଝାରସୁଗୁଡା ଏବଂ କଳାହାଣ୍ଡିକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରିଛି ପାଣିପାଗ କେନ୍ଦ୍ର ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଭୁବେନଶ୍ୱର ଏବଂ କଟକର ତାପମାତ୍ରା କମିବ । ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉପକୂଳ ଓଡ଼ିଶାରେ ପ୍ରବଳ ଥଣ୍ଟା ସହ ଦାରିଙ୍ଗବାଡିରେ ବରଫପାତ ଜାରି ରହିବ ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Leave a Reply