ଉପକୂଳ ଓଡ଼ିଶାର ୭ ଜିଲ୍ଲାରେ ୨ ଦିନ ଯାଏଁ ଅତି ପ୍ରବଳ ବର୍ଷା

1 min read
Heavy Rain Red Alert For Coastal Odisha Districts

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ରହିଛି ୱେଲ ମାର୍କଡ ଲୋ ପ୍ରେସର । ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ପରବର୍ତ୍ତୀ ୧୨ ଘଣ୍ଟାରେ ଅବପାତର ରୂପ ନେବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି । ୧୪ ତାରିଖ ଯାଏଁ ପ୍ରବଳ ବର୍ଷା ଲାଗି ରହିବ ।

ଅତି ପ୍ରବଳ ବର୍ଷା ନେଇ ଆଜି ପାଇଁ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଦିଆ ଯାଇଥିବା ବେଳେ ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି କଳାହାଣ୍ଡି, ବଲାଙ୍ଗିର, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ୱରକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ ।

 Heavy Rain Red Alert For Coastal Odisha Districts

୧୩ ତାରିଖ ପାଇଁ ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ନୟାଗଡ଼ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି । ଗଞ୍ଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଯାଜପୁର ଓ ଭଦ୍ରକ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ସେହିଭଳି ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତସିଂହପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୧୪ ତାରିଖ ପାଇଁ ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଦିଆଯାଇଛି ।

ରେଡ୍ ୱାର୍ଣ୍ଣିଂ ଜିଲ୍ଲାରେ ତଳିଆ ଅଞ୍ଚଳ ଜଳମଗ୍ନ ହେବା ଆଶଙ୍କା ରହିଛି । ମାଟି ରାସ୍ତା ଓ ଘର ଭୁଶୁଡ଼ିପାରେ । ଉପକୂଳ ଓଡ଼ିଶାରେ ପବନର ବେଗ ଘଣ୍ଟାପ୍ରତି ୪୫ରୁ ୫୫ କିଲୋମିଟରେ ବେଗରେ ବହିପାରେ । ସମୁଦ୍ର ଅଶାନ୍ତ ରହୁଥିବାରୁ ୧୪ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ବାରଣ କରାଯାଇଛି ।

Leave a Reply