ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ପ୍ରାକ୍‌ ମୌସୁମୀ ବର୍ଷା । କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ବିଶେଷ କରି ବାଲେଶ୍ୱର, ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଏବଂ ଗଜପତିରେ ବର୍ଷା ହେବ । ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଘର୍ଣ୍ଣିବଳୟ ପ୍ରଭାବରେ କାଳବୈଶାଖୀର ତାଣ୍ଡବ ଜାରି ରହିଛି । ତିନିଦିନ ପରେ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ । ସେପଟେ ସୋମବାର କେରଳ ଛୁଇଁଥିଲା ମୌସୁମୀ ବାୟୁ । ଆସନ୍ତା ୪ରୁ ୫ ଦିନ ମଧ୍ୟରେ ତାହା ସାମାନ୍ୟ ଦୁର୍ବଳ ହେବାର ଆଶଙ୍କା ରହିଛି । ଯଦି ଦୁର୍ବଳ ହୁଏ ତେବେ ଓଡିଶାରେ ପହଞ୍ଚିବା ବିଳମ୍ବ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।

Leave a Reply