ମାଟ୍ରିକ୍ ମୂଲ୍ୟାୟନ ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ

କଟକ: ମହାମାରୀ କରୋନା ବ୍ୟାପି ଚାଲିଥିବା ବେଳେ ମାଟ୍ରିକ ଉତ୍ତର ଖାତା ଦେଖା ପ୍ରସଙ୍ଗରେ ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି । ଉତ୍ତର ଖାତା ମୂଲ୍ୟାୟନ ବେଳେ କୋଭିଡ୍ ନିୟମକୁ କଡ଼ାକଡ଼ି ପାଳନ କରିବାକୁ ହାଇକୋର୍ଟ ନିର୍ଦ୍ଦେଶନାମା ଜାରି କରିଛନ୍ତି । ମୂଲ୍ୟାୟନରେ ନିୟୋଜିତ ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରିବାକୁ କୋର୍ଟ କହିଛନ୍ତି ।

ମୂଲ୍ୟାୟନ ଲାଗି ୧୦ କିମି ଦୂରରୁ ଆସୁଥିବା ଶିକ୍ଷକ ଓ ଶିକ୍ଷୟିତ୍ରୀଙ୍କ ଲାଗି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ । ସେମାନଙ୍କ ରହିବା ଓ ଖାଇବା ଉପରେ ଗୁରୁତ୍ୱ ଦେବାକୁ ମାଧ୍ୟମିକ ଶିକ୍ଷା ପରିଷଦ ଓ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ।

Leave a Reply