spot_img

Latest Posts

ରାଜଧାନୀରେ ବେଆଇନ ବାଣ ବିକ୍ରି, ୧୦ଲକ୍ଷରୁ ଅଧିକ ଟଙ୍କାର ବାଣ ଜବତ

ଭୁବନେଶ୍ୱର: ରାଜଧାନୀରେ ଚାଲିଥିଲା ବେଆଇନ ବାଣ ବିକ୍ରି। ବିଶ୍ବସ୍ତ ସୂତ୍ରରୁ ଖବର ପାଇ ଚଢ଼ାଉ କଲା କ୍ୟାପିଟାଲ ଥାନା ପୋଲିସ। କ୍ୟାପିଟାଲ ଥାନା ଅନ୍ତର୍ଗତ ୟୁନିଟ ଓ୍ବାନ ହାଟ ପରିସରରେ ବେଆଇନ ଭାବେ ଲକ୍ଷାଧିକ ଟଙ୍କାର ବାଣ ଗଚ୍ଛିତ ହୋଇଥିଲା। ନିଜେ ଥାନାଧିକାରୀ ପଦ୍ମନାଭ ପ୍ରଧାନଙ୍କ ନେତୃତ୍ୱରେ ଏକ ଟିମ ଏହି ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ପୁଳା ପୁଳା ବାଣ ଜବତ କରିଥିଲା ପୋଲିସ।ଜବତ ବାଣର ମୂଲ୍ୟ ପାଖାପାଖି ୧୦ ଲକ୍ଷ ଟଙ୍କା ହେବ ବୋଲି ଆଶଙ୍କା କରାଯାଇଛି।

ଚଢ଼ାଉର କିଛି ସମୟ ପୂର୍ବରୁ ଭୁବନେଶ୍ୱର ଡିସିପିଙ୍କ ପକ୍ଷରୁ ଏକ ନିର୍ଦ୍ଦେଶନାମା ଜାରି କରାଯାଇଥିଲା। କେବଳ ସ୍ବିକୃତି ପ୍ରାପ୍ତ ଦୋକାନୀ ବାଣ ବିକ୍ରି କରିବେ ବୋଲି ସ୍ପଷ୍ଟ ଭାବେ ଦର୍ଶାଯାଇଥିଲା। ଏହାଛଡା ଅଗ୍ନିଶମ ନିୟମାବଳୀକୁ କଡାକଡି ମଧ୍ୟ କରାଯାଇଛି। ଯେହେତୁ ଦୁଇ ବର୍ଷ ପରେ ଆଲୋକର ପର୍ବ ଦୀପାବଳି ରେ ବାଣ ଫୁଟାଇବାର ଅନୁମତି ମିଳିଛି, ତେଣୁ ଏହାକୁ ଶାନ୍ତି ଶୃଙ୍ଖଳାରେ ପାଳନ କରିବାକୁ ରାଜଧାନୀ ବାସୀଙ୍କୁ ଅନୁରୋଧ କରିଛି କମିଶନରେଟ ପୋଲିସ।

Latest Posts

Don't Miss