ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ; ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି !

ଭୁବନେଶ୍ବର: ଆସନ୍ତାକାଲି ପରେ କମିପାରେ ବର୍ଷା ପରିମାଣ, ହେଲେ ଲଘୁଚାପ ପ୍ରଭାବରେ ଆହୁରି ୨୪ ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା ରହିଛି । ୪ ଜିଲ୍ଲାକୁ ଅରେଞ୍ଜ ଓ ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ କେନ୍ଦ୍ର । ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଲଘୁଚାପ ଏକ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।୨୪ ଘଣ୍ଟା ମଧ୍ୟରେ ଓଡିଶା ଦେଇ ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା କହିଛି ପାଣିପାଗ କେନ୍ଦ୍ର
କଟକ, ଖୋର୍ଦ୍ଧା , ପୁରୀ ଓ ଜଗତସିଂହପୁର ଏହି ୪ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ପାଇଁ ମାଲକାନଗିରି , କୋରାପୁଟ, ଗଞ୍ଜାମ, କନ୍ଧମାଳ ,ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ , ଯାଜପୁର, ଭଦ୍ରକ, କେନ୍ଦ୍ରାପଡା ବାଲେଶ୍ୱର ମୟୂରଭଞ୍ଜ ଓ ସୁନ୍ଦରଗଡ ଭଳି ୧୬ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଙ୍ଗ ଜାରି କରିଛି କେନ୍ଦ୍ର ।
ଆସନ୍ତା ୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗିରହିବ । ସେପଟେ ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ । ଏନେଇ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ବାରଣ କରିଛି ପାଣିପାଗ କେନ୍ଦ୍ର ।