ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ

ପୁରୀ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱତୀଙ୍କୁ ନିମନ୍ତ୍ରଣ କରାଯାଇଛି । ଶଙ୍କରାଚାର୍ଯ୍ୟଙ୍କୁ ଛତିଶଗଡ଼ ରାୟପୁରରେ ନିମନ୍ତ୍ରଣ କରିଛନ୍ତି ଗଜପତି ମହାରାଜ । ଲୋକାର୍ପଣ ଉତ୍ସବରେ ଯୋଗଦେବାକୁ ଆମନ୍ତ୍ରଣ ଜଣାଇଛନ୍ତି ପୁରୀ ଗଜପତି । ଆସନ୍ତା ୧୭ ତାରିଖରେ ପୁରୀ ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବର ଭବ୍ୟ ଆୟୋଜନ ହେଉଛି  । ଏଥିରେ ରାଜ୍ୟ ତଥା ରାଜ୍ୟ ବାହାର ଶହ ଶହ ସାଧୁସନ୍ଥଙ୍କୁ ନିମନ୍ତ୍ରଣ କରାଯିବା ସହିତ ପ୍ରମୁଖ ଧାର୍ମିକସ୍ଥଳୀର ଦେବଦେବୀ ଓ ଶ୍ରୀଜଗନ୍ନାଥ ମନ୍ଦିରକୁ ନିମନ୍ତ୍ରଣ କରାଯାଇଛି  । ଆଜି ରାୟପୁରରେ ଶଙ୍କରାଚାର୍ଯ୍ୟଙ୍କୁ ଭେଟି ଲୋକାର୍ପଣ ଉତ୍ସବକୁ ନିମନ୍ତ୍ରଣ କରିଛନ୍ତି ପୁରୀ ଗଜପତି ମହାରାଜ  ।