ଶିମିଳିପାଳରେ ନିଆଁ ଲିଭା ଅଭିଯାନରେ ସାମିଲ ହେଲେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ

1 min read
Pranab Prakash Das

ଭୁବନେଶ୍ୱର: ଶିମିଳିପାଳ ଅଭୟାରଣ୍ୟରେ ନିଆଁ ଲିଭା ଅଭିଯାନରେ ସାମିଲ ହେଲେ ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ । ସ୍ଥାନୀୟ ଲୋକଙ୍କ ସହଯୋଗରେ ଶିମିଳିପାଳ ଅଭୟାରଣ୍ୟ ଭିତରେ ଚାଲିବ ନିଆଁ ଲିଭା । ପ୍ରଣବ ପ୍ରକାଶଙ୍କ ସହିତ ବିଧାୟକ ରାଜକିଶୋର ଦାସ, ବାସନ୍ତି ହେମ୍ବ୍ରମ, ଏଗ୍ରୋ ଇଣ୍ଡଷ୍ଟ୍ରିଜ ନିଗମ ଅଧ୍ୟକ୍ଷ ଦେବାଶିଷ ମହାନ୍ତି, ପୂର୍ବତନ ବିଧାୟକ ବିଜୟ କୁମାର ନାଏକ ଓ ସ୍ଥାନୀୟ ଲୋକେ ସାମିଲ । ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ ସାମିଲ, ରାଜ୍ୟସଭା ସାଂସଦ ମମତା ମହାନ୍ତ ସାମିଲ, କାଳିକାପ୍ରସାଦ ଗେଟ୍ ଦେଇ ପୁରା ଟିମ୍ ଶିମିଳିପାଳ ଅଭୟାରଣ୍ୟକୁ ପ୍ରବେଶ କରିଛନ୍ତି ।

ଅନ୍ୟପଟେ ଏବେ ଶିମିଳିପାଳରେ ନିଆଁ ଆୟତ୍ତକୁ ଆସିଛି  । ଶିମିଳିପାଳ ଅଭୟାରଣ୍ୟରେ ଲାଗିଥିବା ନିଆଁ ନିୟନ୍ତ୍ରଣରେ ରହିଛି । ନ୍ୟାସନାଲ ରିମୋଟ ସେନସିଂ ସେଣ୍ଟର (NRSC) ହାଇଦ୍ରାବାଦ ସାଟେଲାଇଟ୍ ଏକ ଫଟୋଚିତ୍ର ଜାରି କରିଛି । ଯେଉଁଥିରେ ଶିମିଳିପାଳରେ ଲାଗିଥିବା ନିଆଁ ଆୟତ୍ତକୁ ଆସି ସାରିଥିବା ଦେଖାଯାଇଛି । ଏନେଇ ଫରେଷ୍ଟ ଟାସ୍କ ଫୋର୍ସ ମୁଖ୍ୟ ସନ୍ଦୀପ ତ୍ରିପାଠୀ ଟ୍ୱିଟ୍ କରି ବୁଧବାର ସୂଚନା ମଧ୍ୟ ଦେଇଥିଲେ ।

ଅନ୍ୟପଟେ ମୟୂରଭଞ୍ଜ ଜିଲ୍ଲାର ବିଭିନ୍ନ ସ୍ଥାନରେ ବୁଧବାର ବର୍ଷା ହୋଇଥିଲା । ସକାଳୁ କୋହଲା ପାଗ ରହିବା ସହ ଆକାଶ ମେଘାଚ୍ଛନ ଥିଲା । ଶିମିଳିପାଳର ଗୁଡୁଗୁଡ଼ିଆ, ପୀଠାବଟା, ସମେତ ବାରିପଦା, କରଞ୍ଜିଆ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝିପି ଝିପି ବର୍ଷା ହୋଇଥିଲା । କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଅଳ୍ପ ସମୟ ପାଇଁ କୁଆପଥର ବର୍ଷା ହୋଇଥିବା ସୂଚନା ମିଳିଛି । ଶିମିଳିପାଳ ଜାତୀୟ ଉଦ୍ୟାନରେ ଲାଗିଥିବା ନିଆଁ ଲିଭାଇବାରେ ଅଳ୍ପକେ ହେଲେ ମଧ୍ୟ ଏହି ବର୍ଷା ସହାୟକ ହୋଇଥିବା କୁହାଯାଉଛି ।

Forest fire contained in Similipal Shown NRSC Satelite Image

Leave a Reply