ଏପ୍ରିଲରେ ହେବ ଜେଇଇ ମେନ୍, ଚଳିତ ବର୍ଷ ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ପରୀକ୍ଷା

1 min read

ନୂଆଦିଲ୍ଲୀ: ଏପ୍ରିଲ ମାସରେ ହେବ ଜେଇଇ ମେନ । ଚଳିତ ବର୍ଷ ୪ଟି ପର୍ଯ୍ୟାୟ ବଦଳରେ ଦୁଇଟି ପର୍ଯ୍ୟାୟରେ ପରୀକ୍ଷା ଅନୁଷ୍ଠିତ ହେବା । ଗତବର୍ଷ ଜେଇଇ ମେନ୍ ପରୀକ୍ଷା ଚାରୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହୋଇଥିଲା ।  ଗତ ବର୍ଷ ଫେବ୍ରୁବରୀ, ମାର୍ଚ୍ଚ, ଏପ୍ରିଲ ଏବଂ ଅଗଷ୍ଟ-ସେପ୍ଟେମ୍ବର ମାସରେ ଅନୁଷ୍ଠିତ ହୋଇଥିଲା । କିନ୍ତୁ ଚଳିତ ଥର ଦୁଇଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ଜେଇଇ ମେନ୍ ପରୀକ୍ଷା । ଏପ୍ରିଲ ୧୬ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ପରୀକ୍ଷା ହେବାକୁ ଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟ ପରୀକ୍ଷା ମେ’ ୨୪ରୁ ୨୯ ତାରିଖ ପର୍ଯ୍ୟନ୍ତ ହେବ ।

ଚଳିତ ବର୍ଷ ଜେଇଇ ମେନ୍ ପରୀକ୍ଷା ପାଇଁ ମାର୍ଚ୍ଚ ୧ରୁ ୩୧ ତାରିଖ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ । ଛାତ୍ରଛାତ୍ରୀମାନେ ଅଫିସିଆଲ ଓ୍ୱେବସାଇଟ ’jeemain.nta.nic.in’ ରେ ଆବେଦନ କରିପାରିବେ । ଦୁଇଟି ସିଟିଂରେ ଅନୁଷ୍ଠିତ ହେବ ଜେଇଇ ମେନ୍ ପରୀକ୍ଷା । ପ୍ରଥମ ସିଟିଂ ସକାଳ ୯ରୁ ୧୨ ପର୍ଯ୍ୟନ୍ତ ହେବାକୁ ଥିବାବେଳେ ଦ୍ୱିତୀୟ ସିଟିଂ ଅପରାହ୍ନ ୩ ଟାରୁ ୬ ଟା ପର୍ଯ୍ୟନ୍ତ ହେବ ବୋଲି ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ପକ୍ଷରୁ ନୋଟିସ ଜାରି ହୋଇଛି ।

 

Leave a Reply