ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଲେ କାଳୁ ଖଣ୍ଡାୟତ ରାୟ

ଖୋର୍ଦ୍ଧା: କାଳୁ ଚରଣ ଖଣ୍ଡାୟତ ରାୟ ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ତାଙ୍କ ସହ ଖୋର୍ଦ୍ଧା ବିଜେପିରୁ ଅନେକ କର୍ମକର୍ତ୍ତା ଇସ୍ତଫା ଦେଇଛନ୍ତି ।

ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ଟିକେଟ ଘୋଷଣା ପରେ ଅସନ୍ତୁଷ୍ଟ ଥିଲେ କାଳୁଚରଣ  । କିଛି ଦିନ ପୂର୍ବରୁ ତାଙ୍କୁ ଟିକେଟ ମିଳିବା ନେଇ ସେ ସୁନିଶ୍ଚିତ ଥିବା ଗଣମାଧ୍ୟମରେ ପ୍ରକାଶ କରିଥିଲେ  । କିନ୍ତୁ ଖୋର୍ଦ୍ଧାରୁ ପ୍ରାର୍ଥୀ ଘୋଷଣା ପରେ କାଳୁଙ୍କ ଅଙ୍କ ଭୁଲ ପ୍ରମାଣିତ ହୋଇଥିଲା  । ଏହାପରେ କ୍ରମାଗତ ଗଣମାଧ୍ୟମରେ ଆସି ସାଂସଦ ଅପରାଜିତା ଷଡଙ୍ଗୀ ତାଙ୍କୁ ଠକିଥିବା ଅଭିଯୋଗ କରିଥିଲେ  । ଏପରିକି ୨ କୋଟି ଟଙ୍କା ଦେଇ ପାରିଲେନି ବୋଲି ଦଳୀୟ ଟିକେଟରୁ ତାଙ୍କୁ ବଞ୍ଚିତ କରାଗଲା ବୋଲି ସେ ବୟାନ ଦେଇଥିଲେ ।

ଗତ ଥର ଖୋର୍ଦ୍ଧା  ଆସନରୁ ବିଜେପି ପ୍ରାର୍ଥୀ ଭାବେ ଲଢି ବହୁ କମ ଭୋଟ ବ୍ୟବଧାନରେ ପରାସ୍ତ ହୋଇଥିଲେ କାଳୁ ଖଣ୍ଡାୟତ  । ଆଜି ବହୁ ବାଦ ବିବାଦ ପରେ  ବିଜେପିର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଛନ୍ତି  ।