ସମ୍ଭାବ୍ୟ ବାତ୍ୟା ପରିସ୍ଥିତି ନେଇ ୯ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ନନ୍ଦିଘୋଷ ବ୍ୟୁରୋ : ସମ୍ଭାବ୍ୟ ବାତ୍ୟା ପାଇଁ ରାଜସ୍ବ ମନ୍ତ୍ରୀ କରିଛନ୍ତି ସମୀକ୍ଷା ବୈଠକ | ବାତ୍ୟା ପାଇଁ ସ୍କୁଲ ଛୁଟି ନେଇ ଆଜି ନିଆଯିବ ନିଷ୍ପତ୍ତି। ସମ୍ଭାବ୍ୟ ବାତ୍ୟା ସ୍ଥିତିକୁ ନେଇ ୯ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ। ବାଲେଶ୍ଵର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ପୁରୀ, ଗଂଜାମ, କୋରାପୁଟ, ରାୟଗଡ଼ା, ମାଲକାନଗିରି ଓ କଳାହାଣ୍ଡି ଜିଲ୍ଲାର ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ କରାଯାଇଛି। ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ଯରେ ଯୋଗଦେବାକୁ ଏବଂ ହେଡକ୍ଵାର୍ଟର୍ସ ନ ଛାଡିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟାକୁ ନେଇ ୩୦ ଜିଲ୍ଲା ପାଇଁ ସରକାର ପ୍ରସ୍ତୁତ ବୋଲି କହିଛନ୍ତି ମନ୍ତ୍ରୀ। ବର୍ଷା ଯୋଗୁ ପ୍ରଭାବିତ ଜିଲ୍ଲାରେ ଧାନ ଫସଲ ନଷ୍ଟ ହେବା ଆଶଙ୍କା ରହିଛି।

ସ୍ୱାସ୍ଥ୍ୟ, କୃଷି, ଶକ୍ତି, ସମବାୟ ବିଭାଗ ଆଗୁଆ ପ୍ରସ୍ତୁତ ପାଇଁ କୁହାଯାଇଛି । ଜିଲ୍ଲାରେ ସମସ୍ତ ମୁଖ୍ୟାଳୟରେ ଅଧିକାରୀ ମାନେ ରହିବାକୁ ନିର୍ଦ୍ଦେଶ ଜାରି କରାଯାଇଛି। ପର୍ଯ୍ୟାପ୍ତ ପରିମାଣ ର ଖାଦ୍ୟ, ପାନୀୟ ଜଳ ଯୋଗାଣ ପାଇଁ ନିର୍ଦ୍ଦେଶ ରହିଛି। ସମସ୍ତ ପ୍ରକାର ବିଭାଗ ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ସଜାଗ ରହିବାକୁ ଜିଲାପାଳମାନେ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ଅଞ୍ଚଳରେ ହେଉଥିବା ବର୍ଷାର ପରିମାଣ ରେକର୍ଡ କରି ମୁଖ୍ୟ କାର୍ଯ୍ୟାଳୟ ସହ ଯୋଗାଯୋଗ କରିବାକୁ କୁହାଯାଇଛି। ଛୁଟିରେ ଥିବା କର୍ମଚାରୀଙ୍କୁ ତୁରନ୍ତ କାର୍ଯ୍ଯରେ ଯୋଗଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ହେଡକ୍ଵାର୍ଟର୍ସ ନ ଛାଡିବା ପାଇଁ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଜିଲ୍ଲାପାଳ। ସ୍ଥିତି ନିୟନ୍ତ୍ରଣକୁ ଆସିବା ଯାଏଁ ଛୁଟି ବାତିଲ କରାଯାଇଛି।