ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୬ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ବାଂଲାଦେଶ ଏବଂ ପଶ୍ଚିମବଙ୍ଗ ଆଖପାଖରେ ଥିବା ଓ୍ୱେଲମାର୍କ ଲୋ ପ୍ରେସର ପଶ୍ଚିମ ମୁହାଁ ହୋଇଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଝାଡଖଣ୍ଡ ଏବଂ ପଶ୍ଚିମବଙ୍ଗ ମୁହାଁ ହେବ । ପ୍ରଭାବରେ ସାରା ରାଜ୍ୟରେ ଲାଗି ରହିଛି ବର୍ଷା । ବିଶେଷ କରି ଉତ୍ତର ଏବଂ ଉପକୂଳ ଓଡିଶାରେ ବର୍ଷା ଲାଗି ରହିଛି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବଲାଙ୍ଗୀର ଏବଂ ନୂଆପଡ଼ା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଥିପାଇଁ ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ଲଘୁଚାପର ପ୍ରଭାବ ଅଗଷ୍ଟ ୧ ତାରିଖ ସକାଳ ସାଢେ ୮ଟା ପର୍ଯନ୍ତ ରହିବ । ବର୍ଷା ପବନ ପାଇଁ ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ମତ୍ସଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ସେପଟେ ଜୁନ୍ ୧ ତାରିଖରୁ ଆଜି ପର୍ଯ୍ୟନ୍ତ ୫୩୮ ମିଲିମିଟର ବର୍ଷା ରେକର୍ଡ ହେବା କଥା । କିନ୍ତୁ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୪୨୭.୧ ମିଲିମିଟର ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ଠାରୁ ୨୧ ପ୍ରତିଶତ କମ୍ ବର୍ଷା । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୫ଟି ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୧୫ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ୨ଟି ଜିଲ୍ଲା ଭଦ୍ରକ ଏବଂ ଯାଜପୁରରେ ୪୦ ରୁ କମ୍ ବର୍ଷା ହୋଇଛି ।

ଏଥିସହିତ ପଢ଼ନ୍ତୁ: ରାଜଧାନୀରେ ଡେଙ୍ଗୁ ଆତଙ୍କ, ଗତ ୨୪ ଘଣ୍ଟାରେ ୨୯ ଡେଙ୍ଗୁ ରୋଗୀ ଚିହ୍ନଟ

Leave a Reply