ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ

1 min read

ଭୁବନେଶ୍ୱର: ସାରା ଓଡ଼ିଶାକୁ ଛୁଇଁଲା ମୌସୁମୀ । ରାଜ୍ୟର ସବୁ ଜିଲ୍ଲାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା । ମୌସୁମୀ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ଆଗାମୀ ୫ ଦିନ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଟ୍ୱିନ୍ ସିଟି ପାଇଁ ମଧ୍ୟ ଆଲର୍ଟ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ସତର୍କତା ଜାରି କରିଛି ପାଣିପାଗ କେନ୍ଦ୍ର ।

ଆଜି ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ଗଜପତି ଜିଲ୍ଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି । ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ଆଗକୁ ବଢ଼ିବ ବର୍ଷାର ପରିମାଣ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରେ ଅଗ୍ରସର ହେଉଥିବା ବେଳେ, ଏହା ଅନୁକୂଳ ପରିସ୍ଥିତି ସୃଷ୍ଟି କରିବ ବୋଲି କହିଛି ପାଣିପାଗ କେନ୍ଦ୍ର ।